ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି ଶିକ୍ଷକତା କରିଆସୁଥିଲେ। ନିକଟରେ ଶିକ୍ଷା ବିଭାଗ ଦ୍ୱାରା ଧରାପଡ଼ିବାରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଏ ନେଇ ଜିଲା ଶିକ୍ଷାଧିକାରୀଙ୍କ ଏତଲା କ୍ରମେ ଭଦ୍ରକ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି। ସମ୍ପୃକ୍ତ ଯୁବକ ଫେରାର ଥିବାରୁ ପୋଲିସ ତାଙ୍କୁ ଗିରଫ କରିବା ପାଇଁ ଖୋଜୁଛି।
ସୂଚନା ଅନୁଯାୟୀ, ଉକ୍ତ ଯୁବକ ଯୁକ୍ତ ୨ ଉପଶାସ୍ତ୍ରୀର ନକଲି ସାର୍ଟିଫିକେଟ୍ ଦେଇ ୨୦୧୧ ଡିସେମ୍ବରରେ ଶିକ୍ଷାସହାୟକ ଭାବେ ନିଯୁକ୍ତ ହୋଇଥିଲେ। ସେ ଧାମନଗର ବ୍ଲକ ଅଞ୍ଚଳର ଏକ ସ୍କୁଲରେ କନିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟ କରିଆସୁଥିଲେ। ତାଙ୍କ ସାର୍ଟିଫିକେଟ୍ ନକଲି ବୋଲି ଜିଲା ଶିକ୍ଷା ବିଭାଗ ସମ୍ପୃକ୍ତ ବୋର୍ଡ଼ରୁ ତନଖି କରି ଜାଣିବାକୁ ପାଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଧାମନଗର ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ଶିକ୍ଷକଙ୍କୁ ବହିଷ୍କୃତ କରିଛନ୍ତି।
ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ
କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…
କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର
କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…
ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….
ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…
ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….
ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…
ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ
ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…
ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….
ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…
କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ
ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…
ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ
ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…
Archives

