Posted inଖେଳ

ନଟିଂହାମଶାୟର ପକ୍ଷରୁ ଖେଳିବେ ଅଶ୍ୱିନ

ନୂଆଦିଲ୍ଲୀ, ୧୯ା୫(ପିଟି)- ସିନିୟର ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଂଲଣ୍ଡ କାଉଣ୍ଟି ଦଳ ନଟିଂହାମଶାୟର ପାଇଁ ଖେଳିବେ। ଚଳିତ ସିଜନରେ ସେ ନଟିଂହାମ ପାଇଁ ୬ ମ୍ୟାଚ୍‌ ଖେଳିବେ। ଅଶ୍ୱିନଙ୍କ ଚୁକ୍ତି ଏବେ ଶେଷ ପର୍ଯ୍ୟାୟରେ ଅଛି। ତାଙ୍କ ଏନ୍‌ସିଓରେ କେବଳ ବିସିସିଆଇ ସିଇଓଙ୍କ ସ୍ବାକ୍ଷର ଦରକାର ବୋଲି ବିସିସିଆର ଜଣେ ସିନିୟର କର୍ମକର୍ତ୍ତା କହିଛନ୍ତି। ନିୟମ ଅନୁଯାୟୀ, ପ୍ରସ୍ତାବ ମିଳିବା ପରେ ହିଁ କେନ୍ଦ୍ରୀୟ ଚୁକ୍ତିରେ ସାମିଲ ଥିବା କୌଣସି ଖେଳାଳି କାଉଣ୍ଟି କ୍ରିକେଟରେ ଖେଳିପାରିବେ। ଅଶ୍ୱିନଙ୍କ ପୂର୍ବରୁ ଭାରତୀୟ ଟେଷ୍ଟ ଦଳର ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ହାମ୍ପଶାୟର ସହ ଚୁକ୍ତି କରିଛନ୍ତି। କ୍ୟାରିୟରରେ ୨ୟ ଥର ପାଇଁ ଅଶ୍ୱିନ କାଉଣ୍ଟି ଖେଳିବାକୁ ଯାଉଛନ୍ତି। ୩୨ ବର୍ଷୀୟ ବୋଲର ସଦ୍ୟସମାପ୍ତ ଆଇପିଏଲରେ ୧୪ ମ୍ୟାଚ୍‌ରୁ ୨୦ ଉଇକେଟ ନେବା ସହ ୨୧୪ ରନ୍‌ କରିଥିଲେ। ବିସିସିଆଇ ବହୁ କାଉଣ୍ଟି କ୍ଲବ ସହ ଯୋଗାଯୋଗରେ ଅଛି। ସେମାନେ ଭାରତୀୟ ଷ୍ଟାର ଖେଳାଳିଙ୍କୁ ଦଳରେ ନେବାକୁ ଚାହାନ୍ତି। ରାହାନେ, ଅଶ୍ୱିନ ଓ ପୂଜାରା ବିଭିନ୍ନ କାଉଣ୍ଟ କ୍ଲବ ସହ ୩ ବର୍ଷିୟା ଚୁକ୍ତି କରିଛନ୍ତି। ଯଦି ସବୁକିଛି ଠିକ୍‌ ରୁହେ, ତେବେ ଉମେଶ ଯାଦବ ଓ ଈଶାନ୍ତ ଶର୍ମାଙ୍କୁ ମଧ୍ୟ କିଛି ମ୍ୟାଚ୍‌ ଖେଳିବାକୁ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ପଞ୍ଜାବୀ ଗୀତ ବୁଝି ପାରିଲେନି Vaibhav Suryavanshi! ବିଜୟ ପରେ ଡ୍ୟାନ୍ସ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୨: ୧୯ ବର୍ଷରୁ କମ ବିଶ୍ୱକପ ଇତିହାସର ସବୁଠାରୁ ଶକ୍ତିଶାଳୀ ପ୍ରଦର୍ଶନ ପରେ, Vaibhav Suryavanshi ଏକ ଜବରଦସ୍ତ ଉତ୍ସବ ସହିତ ଭାରତର ବିଜୟ ପାଳନ କଲେ,…

ବିଶ୍ୱ ଚାମ୍ପିୟନ ଟିମ ପାଇଁ ଭଣ୍ଡାର ଖୋଲିଦେଲା BCCI: ଏତିକି କୋଟି ଟଙ୍କାର ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୭।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri