Posted inଜାତୀୟ

ନଡ୍ଡା ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭ା୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା(୫୮)ଙ୍କୁ ଭାଜପାର ଜାତୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିର୍ବାଚିତ କରାଯାଇଛି। ସୋମବାର ଦଳର ସଂସଦୀୟ ବୋର୍ଡ ବୈଠକ ବସି ନଡ୍ଡାଙ୍କୁ ଏହି ଗୁରୁଦାୟିତ୍ୱ ଅର୍ପଣ କରାଯାଇଛି। ମୋଦି କ୍ୟାବିନେଟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଦାୟିତ୍ୱ ନେଇଥିବା ଅମିତ ଶାହ ଭାଜପା ଅଧ୍ୟକ୍ଷ ଭାବେ କାର୍ଯ୍ୟ ଜାରି ରଖିବେ। ଚଳିତ ବର୍ଷ ଶେଷଭାଗରେ ହେବାକୁ ଥିବା ମହାରାଷ୍ଟ୍ର, ହରିୟାଣା ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଦାୟିତ୍ୱ ମଧ୍ୟ ଦଳ ତରଫରୁ ସେ ବୁଝିବେ। ଅମିତ ଶାହଙ୍କ ନେତୃତ୍ୱରେ ଦଳ ବହୁ ନିର୍ବାଚନ ଜିଣିଆସିଛି। କିନ୍ତୁ ମୋଦି ତାଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଦାୟିତ୍ୱ ଦେବା ପରେ ଦଳର ଅଧ୍ୟକ୍ଷ ପଦ ଅନ୍ୟ କାହାକୁ ଦେବା ଉଚିତ ବୋଲି ସେ କହିଥିଲେ। ଶାହଙ୍କୁ ସହଯୋଗ କରିବା ଲାଗି ନଡ୍ଡାଙ୍କୁ ଭାଜପାର ଜାତୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ପଦରେ ଅବସ୍ଥାପିତ କରାଯାଇଛି ବୋଲି ପ୍ରତିରକ୍ଷା ମନ୍ତ୍ରୀ ତଥା ଦଳର ବରିଷ୍ଠ ସଦସ୍ୟ ରାଜନାଥ ସିଂ ପ୍ରକାଶ କରିଛନ୍ତି। ହିମାଚଳ ପ୍ରଦେଶର ବ୍ରାହ୍ମଣ ସମାଜ ନେତା ନଡ୍ଡା ଆର୍‌ଏସ୍‌ଏସ୍‌ ଓ ଭାଜପା ଆଦର୍ଶରେ ଅନୁପ୍ରାଣିତ। ଏହାସହ ତାଙ୍କର ନିର୍ମଳ ଭାବମୂର୍ତ୍ତି ରହିଆସିଛି। ମୋଦି ସରକାର(ପ୍ରଥମ ପାଳି)ରେ ସେ ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ଗୁରୁଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri