ନଦୀବନ୍ଧ ଧସିଥିବା ସ୍ଥାନ ପରିଦର୍ଶନ କଲେ ଜଳସେଚନ ଅଧିକାରୀ

ଆରଡି,୯।୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁରଠାରେ ସାଳନ୍ଦୀ ନଦୀକୂଳରେ ପଥରପ୍ୟାକିଂ କାର୍ଯ୍ୟ ଚାଲିଥିଲା ବେଳେ ରବିବାର ୪୦ ଫୁଟ୍‌ର ନଦୀବନ୍ଧ ଧସିଯାଇଥିଲା। ସୋମବାର ଅପରାହ୍ନରେ ଜଳସେଚନ ବିଭାଗର ଧାମନଗର ଡିଭିଜନ ଏସ୍‌ଡିଓ ବିଜୟ କୁମାର ସେଠୀ ଓ କନିଷ୍ଠ ଯନ୍ତ୍ରୀ କିଶୋର ଦାସ ଶୀତଳପୁରରେ ପହଞ୍ଚି ନଦୀବନ୍ଧ ଧସିଥିବା ସ୍ଥାନ ପରିଦର୍ଶନ କରିଛନ୍ତି। ଉକ୍ତ ସ୍ଥାନରେ ତୁରନ୍ତ ପଥରପ୍ୟାକିଂ କାର୍ଯ୍ୟ ଆରମ୍ଭ କରିବାକୁ ୨ ଅଧିକାରୀ ଠିକାଦାରଙ୍କୁ କହିଛନ୍ତି। ଏଥିସହ ସେଠାରେ ଓ ନଦୀଶଯ୍ୟାରେ ପଥର ପକାଯାଇ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ବୋଲି ସେମାନେ ପ୍ରକାଶ କରିଛନ୍ତି। ପଥର ଧସିବା ଯୋଗୁ ଲୋକେ ଆତଙ୍କିତ ହେବାର କିଛି କାରଣ ନାହିଁ। ଏବେ ଯେଉଁ ପଥରପ୍ୟାକିଂ କାର୍ଯ୍ୟ ଚାଲିଛି, ତାହା ସ୍ଥାୟୀ ଓ ସୁଦୃଢ଼ ଭାବେ କରାଯିବ ବୋଲି ସେମାନେ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ପଥରପ୍ୟାକିଂ କାର୍ଯ୍ୟ ନ ସରିବା ପର୍ଯ୍ୟନ୍ତ କାମ ମଝିରେ ବନ୍ଦ ନ କରିବାକୁ ସେମାନେ ଠିକାଦାରଙ୍କୁ ତାଗିଦ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri