ଫୁଲବାଣୀ ଅଫିସ,୨୩ା୭- ଫୁଲବାଣୀ ନାରାୟଣୀ ମନ୍ଦିର ନିକଟ ସାଲୁଙ୍କି ନଦୀରେ ଭାସୁଥିବା ଜଣେ କଲେଜ ଛାତ୍ରୀଙ୍କ ମୃତଦେହକୁ ସୋମବାର ଉଦ୍ଧାର କରାଯାଇଛି ା ପାରିପାର୍ଶ୍ୱିକ ସ୍ଥିତିକୁ ଲକ୍ଷ୍ୟ କଲେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ହେଲେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିଲାପରେ ପ୍ରକୃତ ଘଟଣା ପଦାକୁ ଆସିବ ବୋଲି ପୋଲିସ କହିଛି ା ମୃତା ଛାତ୍ରୀ ହେଲେ ଟିକାବାଲି ବ୍ଲକ ବୁର୍ବିନାଜୁ ପଞ୍ଚାୟତ ଟୁଡୁବାଲି ପଦାସାହିର ସୁନନ୍ଦା ନାୟକ ା ସୁନନ୍ଦା ଫୁଲବାଣୀ ମାଷ୍ଟରପଡାରେ ମାମୁଘରେ ରହି ପାଠ ପଢୁଥିଲେ ା ଚଳିତ ବର୍ଷ ସେ ଯୁକ୍ତ ୨ ପାସ କରିଥିଲେ ା ଅର୍ଥ ଅଭାବରୁ ଯୁକ୍ତ ୩ରେ ନାମ ଲେଖାଇ ପାରି ନ ଥିଲେ। ସୋମବାର ଅପରାହ୍ନ ପ୍ରାୟ ୨ଟାରେ ସୁନନ୍ଦା ନଦୀରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ଦମକଳ କେନ୍ଦ୍ରକୁ ଖବର ଦେଇଥିଲେ ା ଦମକଳ କର୍ମଚାରୀ ପହଞ୍ଚି ତାଙ୍କୁ ପାଣିରୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ା ଟାଉନ ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ନଂ.୩୫/୧୯ରେ ମାମଲା ରୁଜୁ କରାଯାଇଛି।
ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି
କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…
ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…
୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ
ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…
ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ
କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…
ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍
ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…
Archives

