ନଦୀରେ ଭାସିଗଲେ ୨ ବୃଦ୍ଧା ଭଉଣୀ

ଦଶମନ୍ତପୁର,୨୯ା୯(ଡି.ଏନ୍‌.ଏ.):ଦୁଇଦିନ ତଳେ ଡଙ୍ଗରରୁ ବାଉଁଶ କରଡ଼ି ସଂଗ୍ରହ କରିବାକୁ ଯାଇଥିବା ୨ ଜଣ ବୃଦ୍ଧା ଭଉଣୀ ନଦୀ ପାର ହେବା ବେଳେ ଭାସିଯାଇଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଗିର୍ଲିଗୁମ୍ମା ପଞ୍ଚାୟତ ତାଳଗୁଡ଼ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ରବିବାର ଉଭୟଙ୍କ ମୃତଦେହ ନଦୀରୁ ଉଦ୍ଧାର କରାଯାଇଛି।
ସୂଚନା ଅନୁଯାୟୀ, ତାଳଗୁଡ଼ ଗାଁର ବୃଦ୍ଧା କୋପେ ମାଝି ଓ ମନ୍ତ୍ରୀ ମାଝୀଙ୍କ ସ୍ତ୍ରୀ ଦଇମ ଦୁଇ ଭଉଣୀ ଅଟନ୍ତି। ଉଭୟ ବୟସ ୬୦ରୁ ଅଧିକ ହେବ। ଦୁହେଁ ଗତ ଶୁକ୍ରବାର ସକାଳେ ଗାଁ ନିକଟସ୍ଥ ଡଙ୍ଗରକୁ ବାଉଁଶ କରଡ଼ି ସଂଗ୍ରହ କରିବା ପାଇଁ ପୋଡ଼ଗାଡ଼ ନଦୀ ଡେଇଁ ଯାଇଥିଲେ। କିନ୍ତୁ ସନ୍ଧ୍ୟା ସୁଦ୍ଧା ସେମାନେ ଫେରି ନଥିଲେ। ପାଖ କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ଭେଣ୍ଡିଆଯୋଡ଼ି ଗାଁରେ ଥିବା ଭାଇଙ୍କ ପାଖକୁ ସେମାନେ ଯାଇଥିବେ ଭାବି ଚୁପ୍‌ ରହିଯାଇଥିଲେ ପରିବାର ଲୋକ। କିନ୍ତୁ ଦୁଇଦିନ ପରେ ମଧ୍ୟ ସେମାନଙ୍କ ପତା ନ ମିଳିବାରୁ ରବିବାର ପରିବାର ଓ ଗାଁଲୋକେ ୨ ବୃଦ୍ଧା ଭଉଣୀଙ୍କୁ ଖୋଜିବା ପାଇଁ ନଦୀପାଖକୁ ଯାଇଥିଲେ। ଅପରାହ୍ନରେ ପୋଡ଼ଗାଡ଼ ନଦୀର ଚାଞ୍ଚଡ଼ା ନିକଟରୁ କୋପେଙ୍କ ମୃତଦେହ ମିଳିଥିଲା। ସେଠାରୁ ଅଳ୍ପଦୂରରେ ଦଇମଙ୍କ ମୃତଦେହ ସନ୍ଧ୍ୟାରେ ଠାବ କରାଯାଇଥିଲା। ଏହାପରେ ଗ୍ରାମବାସୀ ସ୍ଥାନୀୟ ସରପଞ୍ଚ ପୀତବାସ ମୁଦୁଲିଙ୍କ ସହ ମୁରାନ ଫାଣ୍ଡିରେ ଏତଲା ଦେବା ପାଇଁ ବାହାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri