ନଦୀରେ ଭାସିଯାଇ ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଧୀନ କୂଆଖାଇ ନଦୀ କୂଳରେ ରବିବାର ଛଟପୂଜା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପୂଜାର୍ଚ୍ଚନା ଚାଲିଥିବାବେଳେ ଅସାବଧାନତା ବଶତଃ ନଦୀରେ ଭାସିଯାଇ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ କେନାଲ ରୋଡ଼ ଅଞ୍ଚଳର ବାସିନ୍ଦା ଉଗ୍ରସେନ ଶାହାଙ୍କ ପୁତ୍ର ଅମରଜିତ ଶାହା (୧୨)। ସୂଚନା ମୁତାବକ, ସକାଳେ ପରିବାର ସହ ଅମରଜିତ ଛଟ୍‌ ପୂଜା ପାଇଁ କୂଆଖାଇ ନଦୀକୁ ଯାଇଥିଲେ। ପ୍ରାୟ ସାଢେ ୭ଟାରେ ତାଙ୍କ ମାତା, ପିତାଙ୍କ ସମେତ ଅନ୍ୟ ପରିବାରବର୍ଗ ପୂଜାରେ ବସିଥିଲେ। ଏହି ସମୟରେ ଅମରଜିତ ନଈକୁ ଯାଇଥିବାବେଳେ ଅସାବଧାନତା ବଶତଃ ତାଙ୍କ ଗୋଡ଼ ଖସିଯାଇଥିଲା। ସେ ଗଭୀରକୁ ଚାଲିଯାଇ ଭାସିଯାଉଥିବା ସମୟରେ ତାଙ୍କ ମାତା, ପିତାଙ୍କ ଦୃଷ୍ଟି ପଡ଼ିଥିଲା। ସେମାନଙ୍କ ପାଟି ଶୁଣି ଉପସ୍ଥିତ ଲୋକେ ଅମରଜିତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲେ। ତେବେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅତ୍ୟଧିକ ପାଣି ପିଇଯିବା ସହ ଶ୍ୱାସରୁଦ୍ଧ ଯୋଗୁ ଅମରଜିତଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri