ନନ୍ଦନକାନନରେ ଅଣ୍ଡିରା ଧୂସର ଗଧିଆ ମୃତ

ବାରଙ୍ଗ,୧୮।୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଧବାର ଏକ ନୀଳଗିରି ବାନର ଛୁଆ ମୃତ୍ୟୁ କରିଥିବାର ଦୁଇଦିନ ନ ପୂରୁଣୁ ଶନିବାର ଭୋରୁ ଏକ ଅଣ୍ଡିରା ଧୂସର ଗଧିଆ ଡାକ୍ତରଖାନାରେ ମୃତ୍ୟୁ କରିବା ଘଟଣା କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର କାରଣ ସାଜିଛି। ଡାକ୍ତରଖାନାର କର୍ମଚାରୀମାନେ ସକାଳେ ଆସିବାବେଳେ ଗଧିଆଟି ମରିପଡ଼ିଥିବାର ଦେଖିଥିଲେ। ମୃତ୍ୟୁ କରିଥିବା ଅଣ୍ଡିରା ଗଧିଆ ସହ ଏକ ମାଈ ଗଧିଆକୁ ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ମହୀଶୂରରୁ ନନ୍ଦନକାନନକୁ ଆସିଥିଲା। ଏହାମଧ୍ୟରୁ ୨୦୧୯ ମାର୍ଚ୍ଚ ୭ରେ ମାଈ ଗଧିଆଟି ମୃତ୍ୟୁ କରିଥିଲା। ଏହାପରେ ସାଥୀକୁ ହରାଇ ଅଣ୍ଡିରାଟି ଡାକ୍ତରଖାନାର କ୍ୱାରେଣ୍ଟାଟାଇନରେ ନିଃସଙ୍ଗ ଜୀବନ ଜିଇବାକୁ ଆରମ୍ଭ କରିଥିଲା। ଏହାର ସାଥିକୁ ଆଣିବା ପାଇଁ ନନ୍ଦନକାନନର ସ୍ବତନ୍ତ୍ର ପ୍ରକଳ୍ପ ରେଞ୍ଜ ଅଫିସର କୁମର ବେହେରାଙ୍କ ନେତୃତ୍ୱରେ ଏକ ଦଳ ୨ତାରିଖରେ ମଧ୍ୟପ୍ରଦେଶର ଇନଡୋର ଚିଡିଆଖାନାକୁ ଯାଇଥିଲେ। ସେଠାରୁ ଏକ ମାଈ ଗଧିଆକୁ ସାଙ୍ଗରେ ଧରି ଗତ ଅଗଷ୍ଟ ୭ରେ ନନ୍ଦନକାନନରେ ପହଞ୍ଚତ୍ଥିଲେ। କିନ୍ତୁ ସାଥି ଗଧିଆ ଆସିବାପୂର୍ବରୁ ଡାକ୍ତରଖାନାରେ ଥିବା ଅଣ୍ଡିରା ଗଧିଆଟିର ସ୍ବାସ୍ଥ୍ୟରେ ଅବନତି ଦେଖାଦେଇଥିଲା। ଧୀରେ ଧୀରେ ଆହୁରି ଦୁର୍ବଳ ହେବାରୁ ନନ୍ଦନକାନନର ଡାକ୍ତରମାନେ ଚିକିତ୍ସା ସତ୍ତ୍ୱେ ଅଣ୍ଡିରା ଗଧିଆକୁ ବଞ୍ଚଇବାରେ ସକ୍ଷମ ହୋଇପାରି ନ ଥିଲେ। ଏବେ ପୁଣି ମାଈ ଗଧିଆଟି ଏକୁଟିଆ ହୋଇଯାଇଛି। ତେବେ ମୃତ୍ୟୁର କାରଣ ଜଣାପଡ଼ି ନ ଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପ୍ରକୃତ କାରଣ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?