ନନ୍ଦନକାନନରେ କଲରାପତରିଆ ବାଘ ‘ସୂରଜ’ର ମୃତ୍ୟୁ, ଆସିଲେ ୬ ନୂଆ ଅତିଥି

ବାରଙ୍ଗ,୧୮।୩(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷକ କଲରାପତରିଆ ବାଘ ସୂରଜର ଗତକାଲି ରାତିରେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାକୁ ୧୬ବର୍ଷ ହୋଇଥିଲା । ଦେଢମାସ ହେବ ସେ ଅସୁସ୍ଥ ଥିଲା। ରକ୍ତଜନିତ ରୋଗ ସହ ଯକୃତ ଖରାପ ହେବା ଯୋଗୁ ତା’ର ଚିକିତ୍ସା କରାଯାଉଥିଲା।

୨୦୦୪ ଜୁଲାଇରେ ଭଞ୍ଜନଗରରୁ ୩/୪ମାସର ହୋଇଥିବା ସୂରଜ ନନ୍ଦନକାନନକୁ ଆସିଥିଲା। ଏହାର ମୃତ୍ୟୁ ପରେ ଏବେ ନନ୍ଦନକାନନରେ ୩ ଅଣ୍ଡିରା, ୨ଟି ମାଈ କଲରାପତାରିଆ ବାଘ ରହିଛନ୍ତି। ନନ୍ଦନକାନନକୁ ୪ ଅଣ୍ଡିରା ଏସୀୟ ସିଂହ ଓ ଏକ ହଳ କୋକିଶିଆଳି କାନନପେଣ୍ଡାରୀ ଚିଡ଼ିଆଖାନା ବିଳାସପୁର, ଛତିଶଗଡ଼ରୁ ଆସି ମଙ୍ଗଳବାର ରାତିରେ ପହଞ୍ଚିଛନ୍ତି। ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ଏମାନେ ଆସିଥିବା ଜଣାପଡ଼ିଛି। ଏହା ବଦଳରେ ନନ୍ଦନକାନନକୁ ଦୁଇଟି ଜଳହସ୍ତୀ ଦେବାକୁ ପଡ଼ିବ। ଫଳରେ ନନ୍ଦନକାନନରେ ସିଂହ ସଂଖ୍ୟା ବୃଦ୍ଧି ପାଇ ୧୫ ଓ କୋକିଶିଆଳି ସଂଖ୍ୟା ୫ରେ ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?