ନନ୍ଦିଘୋଷ ରଥରେ ଚଢ଼ିଲେ ଅଣସେବକ

ପୁରୀ ଅଫିସ, ୧୬।୭: ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ଲାଗି କେତେକ କଟକଣା ଜାରି କରିଥିଲା। ହେଲେ ଏହାକୁ ଅନେକେ ମାନି ନ ଥିଲେ। ସୋମବାର ନୀଳାଦ୍ରିବିଜେ ପହଣ୍ଡି ସମୟରେ ସବୁ କଟକଣାକୁ ଉଲ୍ଲଂଘନ କରି ଜଣେ ଅଣସେବକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରକୁ ଚଢିଥିଲେ। ଚାରମାଳ ଉପରେ ଥିବା ବେଳେ ତାଙ୍କୁ ଦଇତାପତି ସେବକମାନେ ଚିହ୍ନି ତଳକୁ ଓହ୍ଲାଇ ଦେଇଥିଲେ । ସଙ୍ଗେ ସଙ୍ଗେ ତାଙ୍କୁ ସିଂହଦ୍ୱାର ଥାନା ପୋଲିସ ଜିମା ଦିଆଯାଇଥିଲା। ସେବାୟତ ବେଶ ଧାରଣ କରି ସେ ରଥ ଉପରକୁ ଉଠିଥିଲେ। ଏ ସମ୍ପର୍କରେ ସିଂହଦ୍ୱାର ପୋଲିସ କୌଣସି ସ୍ପଷ୍ଟ ସୂଚନା ଦେଇ ନାହିଁ। ତେବେ ସମ୍ପୃକ୍ତ ଯୁବକ ଜଣକ କଲିକତାର ପାର୍ଥପ୍ରତିମ ଶାହା ବୋଲି ଜଣାପଡ଼ିଛି। ସେହିପରି ପହଣ୍ଡି ସମୟରେ ଶ୍ରୀସୁଦର୍ଶନଙ୍କୁ ଏକାଧିକ ଭକ୍ତ ସ୍ପର୍ଶ କରିବାକୁ ଉଦ୍ୟମ କରିଥିଲେ। ସିଂହଦ୍ୱାର ପାଖରେ ସୁରକ୍ଷା ଦାୟିତ୍ୱରେ ଥିବା ଜଣେ ପୋଲିସ କର୍ମଚାରୀ ବି ଠାକୁରଙ୍କୁ ଛୁଇଁବାକୁ ଚେଷ୍ଟା କରିଥିଲେ। ଅପରାହ୍ନ ୪ଟାରେ ଆରମ୍ଭ ହୋଇଥିଲା ନୀଳାଦ୍ରିବିଜେ ପହଣ୍ଡି। ପ୍ରଥମେ ଗୋଟି ପହଣ୍ଡିରେ ଆସିଥିଲେ ଚକ୍ରରାଜ ଶ୍ରୀସୁଦର୍ଶନ। ଅରୁଣ ସ୍ତମ୍ଭ ପାଖାପାଖି ଗହଳି ଭିତରେ ୨ଜଣ ଭକ୍ତ ଶ୍ରୀସୁଦର୍ଶନଙ୍କୁ ଛୁଇଁବାକୁ ହାତ ବଢାଇଥିଲେ। କେତେଜଣ ସେବାୟତ ଏହା ଦେଖିଦେବାରୁ ଭିଡ଼ର ସୁଯୋଗ ନେଇ ସେମାନେ କେଉଁଆଡ଼େ ପଳାଇଥିଲେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri