ନବଜାତ ଶିଶୁ, ମହିଳାଙ୍କୁ ଛତିଶଗଡ଼ ପଠାଇଲା ପ୍ରଶାସନ

ବଲାଙ୍ଗୀର ଅଫିସ/ଟିଟିଲାଗଡ, ୨୭ା୫ (ଡି.ଏନ.ଏ.) – ଗତ ୨୪ ତାରିଖ ଦିନ ତେଲେଙ୍ଗାନାର କାଜିପେଟରୁ ବଲାଙ୍ଗୀର ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନରେ ଛତିଶଗଡର ପ୍ରବାସୀ ଗର୍ଭବତୀ ମହିଳା ହେମକାନ୍ତି ବିଶ୍ୱକର୍ମାଙ୍କ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ ା ଟିଟିଲାଗଡ ରେଳଷ୍ଟେଶନ୍‌ରେ ସମ୍ପୃକ୍ତ ପ୍ରସୂତି ମହିଳା ଓ ନବଜାତ ଶିଶୁକନ୍ୟାକୁ ଓହ୍ଳାଯାଇଥିଲା ା ଆରପିଏଫ୍‌, ସିଆଇବି ତଥା ସ୍ଥାନୀୟ ଷ୍ଟେଶନ ସୁପରିଣ୍ଟେଣ୍ଡେଣ୍ଟ ମହିଳା ଓ ନବଜାତ ଶିଶୁକନ୍ୟାକୁ ଡାକ୍ତରଖାନା ନେବା ବ୍ୟବସ୍ଥା କରିଥିଲେ ା ଚିକିତ୍ସା ପରେ ହେମକାନ୍ତି ବିଶ୍ୱକର୍ମା ଏବଂ ତାଙ୍କ ନବଜାତ ଶିଶୁକନ୍ୟା ଉଭୟେ ସୁସ୍ଥ ହେବା ପରେ ମଙ୍ଗଳବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ ଛତିଶଗଡ ରାଜ୍ୟ ଅନ୍ତର୍ଗତ ନୱାପଡା ଗ୍ରାମକୁ ସେମାନଙ୍କ ଯିବାର ସୁବ୍ୟବସ୍ଥା କରାଯାଇଥିଲା। ଟିଟିଲାଗଡ ଉପଜିଲାପାଳ ସୁଧାକର ନାୟକଙ୍କ ତତ୍ତ୍ୱାବଧାନରେ ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଜାତାରାଣୀ ମିଶ୍ର, ଏସ୍‌ଡିପିଓ ସୁରେନ୍ଦ୍ରନାଥ ମିଶ୍ର ଡାକ୍ତରଖାନାରେ ଉପସ୍ଥିତ ରହି ଏକ ଗାଡି ଯୋଗେ ସମ୍ପୃକ୍ତ ମହିଳା, ନବଜାତ ଶିଶୁକନ୍ୟା, ତାଙ୍କ ସ୍ବାମୀ, ଅନ୍ୟ ୩ ସନ୍ତାନ ସମେତ ୮ ଜଣଙ୍କୁ ଛତିଶଗଡଡର ତାଙ୍କ ଗଁାକୁ ପଠାଯାଇଥିଲା ା ସେଠାକାର ସରପଞ୍ଚ ଲେଖୁରାମ ଧରୁଆଙ୍କୁ ମଧ୍ୟ ଫୋନ ଯୋଗ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସୂଚନା ଦିଆଯାଇଛି ା ବଲାଙ୍ଗୀର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟବିଭାଗର ଏଭଳି କାର୍ଯ୍ୟକୁ ଛତିଶଗଡର ଏହି ପରିବାର ଭୂୟସୀ ପ୍ରଶଂସା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?