ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଚାଷୀ ମେଳି

ସଜନାଗଡ଼, ୧୫।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଆରବନ୍ଧ ପଡ଼ିଆରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଦୁଇ ଶହ ଚାଷୀଙ୍କୁ ନେଇ ଏକ ମେଳି ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆରବନ୍ଧ ପଞ୍ଚାୟତରେ ଚାଷୀ କମିଟି ଗଠିତ ହୋଇଥିଲା।
ମେଳିରେ ଶ୍ରୀଧର ନାୟକ ସଭାପତିତ୍ୱ କରିଥିଲେ। ସଙ୍ଗଠନର ଉପଦେଷ୍ଟା ଭୋଳାନାଥ ବେହେରା ଯୋଗଦେଇ ଏବେ ବି ଆରବନ୍ଧ ପଞ୍ଚାୟତର ଅନେକ ବୃଦ୍ଧାବୃଦ୍ଧ ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚତ୍ତ ହେଉଛନ୍ତି। ଧାନମଣ୍ଡିରେ ଦଲାଲମାନଙ୍କ ଯୋଗୁ ଚାଷୀ ହଇରାଣ ହରକତ ହେଉଛନ୍ତି ବୋଲି ସେ କହିଥିଲେ। ନୀଳଗିରି କାର୍ଯ୍ୟକାରୀ ବ୍ଲକ ସଂଯୋଜକ ଜଳେନ୍ଦ୍ର ବିଶ୍ୱାଳ ଯୋଗଦେଇ ଚାଷୀ ଉପରେ ହେଉଥିବା ଅତ୍ୟାଚାରକୁ ସହ୍ୟ କରାଯିବ ନାହଁି ବୋଲି କହିଥିଲେ। ବୈଠକରେ ଜିଲା ସଂଯୋଜକ ଚନ୍ଦନ କୁମାର ଓ ପୁରୁଷୋତ୍ତମ ସାହୁ ଯୋଗଦେଇ ଆଗାମୀ ଦିନରେ ଚାଷୀଙ୍କ ଦାବି ନେଇ ଆନ୍ଦୋଳନ ଜୋରଦାର ହେବ ବୋଲି ଚେତାବନୀ ଦେଇଥିଲେ। ବୈଠକରେ କୈଳାସ ପୃଷ୍ଟି, ଛଚିନ୍ଦ୍ର ପୃଷ୍ଟି, ବାବୁଲି ନାୟକ, ବାଞ୍ଛାନିଧି ନାୟକ, ସର୍ବେଶ୍ୱର ଦାସ, ଯୋଗେନ୍ଦ୍ର ବେହେରା, ଭାସ୍କର ରାଉତ, ପାହାଡ଼ ସିଂ, ହରି ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ରବୀନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri