ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ:  ୬ରେ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ

ନୟାଗଡ଼ ଅଫିସ,୭।୯-ନୟାଗଡ଼ ଜିଲା ନବନିର୍ମାଣ କୃଷକ ସଙ୍ଗଠନର ଜିଲାସ୍ତରୀୟ ସାଙ୍ଗଠନିକ ବୈଠକ ସ୍ଥାନୀୟ ଗୁଣ୍ଡିଚା ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଯୋଗଦେଇ କାଳିଆ ଯୋଜନାକୁ ନେଇ ସରକାରଙ୍କ ଉପରେ ବର୍ଷିଥିଲେ। ଏଥିସହ ଆସନ୍ତା ନଭେମ୍ବର ୬ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ନବନିର୍ମାଣ କୃଷକ ସଙ୍ଗଠନର ସର୍ବଭାରତୀୟ ସମ୍ମିଳନୀରେ ସମାଜସେବୀ ଆନ୍ନା ହଜାରେ ଯୋଗ ଦେବେ ବୋଲି ସେ ସୂଚନା ଦେଇଥିଲେ। ତେଣୁ ଏହି ସମ୍ମିଳନୀକୁ ସଫଳ କରିବା ପାଇଁ ପ୍ରତ୍ୟେକ ଗାଁର ଚାଷୀମାନେ ଯୋଗଦେବେ। ଏଥିପାଇଁ ଆଗାମୀ ଦିନରେ ପ୍ରତ୍ୟେକ ଗ୍ରାମରେ ସଭା କରାଯାଇ ଚାଷୀମାନଙ୍କୁ ସଚେତନ କରାଯିବ। ଜିଲା ସଙ୍ଗଠନ ତରଫରୁ ୧୫ ଜଣିଆ ପ୍ରଚାର କମିଟି ଗଠନ କରାଯାଇଥିଲା। ନନ୍ଦ କର୍ମକର୍ତ୍ତାମାନଙ୍କୁ ଆହ୍ବାନ ଦେଇ କାଳିଆ ଯୋଜନାରେ ଲକ୍ଷ ଲକ୍ଷ ଚାଷୀଙ୍କୁ ଧୋକା ଦିଆଯାଇଥିବା ନେଇ ପ୍ରକାଶ କରିଥିଲେ। ୩ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ୩୦ ଲକ୍ଷ ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିଛନ୍ତି। ଅଯୋଗ୍ୟ ହିତାଧିକାରୀଙ୍କ ବାହାନାରେ ଯୋଗ୍ୟ ହିତାଧିକାରଙ୍କୁ କାଟିଦେଇ ସରକାର ପାତରଅନ୍ତର ନୀତି କରିଛନ୍ତି ବୋଲି ସେ ଅଭିଯୋଗ କରିଥିଲେ। ଅଗାମୀ ଦିନରେ ଯୋଗ୍ୟ ଚାଷୀଙ୍କୁ କାଳିଆ ଯୋଜନାରେ ଟଙ୍କା ନ ମିଳିଲେ ସଙ୍ଗଠନ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ଜିଲା ସହସଂଯୋଜକ ରଣଜିତ୍‌ ଦଳବେହେରା, ମମତା ନାଥ ତୃଣମୂଳସ୍ତରରେ ସଙ୍ଗଠନକୁ ବ୍ୟାପକ କରିବାକୁ ଆହ୍ବାନ ଦେଇଥିଲେ। ଜିଲା ସଂଯୋଜକ ମହେଶ୍ୱର ଜେନା ନବନିର୍ମାଣ କୃଷକ ସଙ୍ଗଠନର ଆନ୍ଦୋଳନ ଫଳରେ କୃଷି ବଜେଟ, କାଳିଆ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା ସହାୟତା ରାଶି ପରିମାଣ ବୃଦ୍ଧି ପାଇଥିବା ନେଇ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଭାପୁର ବ୍ଲ୍ଳକ ସଂଯୋଜକ ଅଭୟ କୁମାର ଗୁମାନ ସିଂ, ରବୀନ୍ଦ୍ର ବରାଡ଼, ବାଇନାଥ ସାହୁ, ଭାଗବତ ପ୍ରଧାନ, ଅଜୟ କୁମାର ମହାନ୍ତି, କୁଳମଣି ହାତୀ, ନାଥ ପ୍ରଧାନ, ରମେଶ ପଣ୍ଡା, ରୀନାରାଣୀ ବେହେରାଙ୍କ ସମେତ ସଙ୍ଗଠନର ଏକାଧିକ ସଦସ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri