ନବବିବାହିତା ମହିଳାଙ୍କୁ ପୋଲିସର ଦୁର୍ବ୍ୟବହାର ଅଭିଯୋଗ : କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦୁଝର/ଆନନ୍ଦପୁର/ହାଟଡିହୀ,୬।୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଗହଳଡାହି ଅଞ୍ଚଳରେ ଜଣେ ନବବିବାହିତା ମହିଳାଙ୍କୁ ୨ ଥାନା ଅଧିକାରୀ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି।
ଅଭିଯୋଗନୁଯାୟୀ, ଗତ ୨ ତାରିଖ ରାତିରେ ବଉଳା ଫାଣ୍ଡି ଅଧିକାରୀ କୀର୍ତ୍ତନ ବିହାରୀ ମହାନ୍ତ ସମ୍ପୃକ୍ତ ମହିଳାଙ୍କ ଘର ନିକଟରେ ପହଞ୍ଚି ତାଙ୍କୁ ଓ ତାଙ୍କ ସ୍ବାମୀଙ୍କୁ ଫାଣ୍ଡିକୁ ଯିବା ପାଇଁ କହିଥିଲେ। ମାତ୍ର କୌଣସି ମହିଳା ପୋଲିସ କର୍ମଚାରୀ ନ ଥିବାରୁ ଫୋଣ୍ଡିକୁ ଯିବେନି ବୋଲି ଉକ୍ତ ମହିଳା ମନା କହିଥିଲେ। ପରେ ଫାଣ୍ଡି ଅଧିକାରୀ ନବବିବାହିତାଙ୍କୁ ଗାଡିରେ ବସାଇ ଫାଣ୍ଡିକୁ ନେଇଥିଲେ। ସ୍ବାମୀକୁ ଫାଣ୍ଡିରେ ରଖିଥିବା ବେଳେ ସ୍ତ୍ରୀଙ୍କୁ ଅନ୍ୟ ଏକ କୋଠରୀରେ ଧମକ ଚମକ ଦେବା ସହ ଦୁର୍ବ୍ୟବହାର କରିଥିଲେ। ତେବେ ମହିଳାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଫାଣ୍ଡିରେ ପହଞ୍ଚିବାରୁ ପାଣ୍ଡି ଅଧିକାରୀ ତାଙ୍କୁ ଛାଡି ଦେଇଥିଲେ। କିଛି ସମୟ ପରେ ସୋସୋ ଥାନା ଅଧିକାରୀ ଗଗନ ନାୟକ ଫାଣ୍ଡିରେ ପହଞ୍ଚି ସ୍ତ୍ରୀସ୍ବାମୀଙ୍କୁ ଧମକ ଦେଇ ବିବାହ ପ୍ରମାଣପତ୍ର ମାଗିଥିଲେ। ପ୍ରମାଣପତ୍ର ଦେଖାଇବା ପରେ ସେମାନେ ଘରକୁ ଫେରିଥିଲେ। ଏ ନେଇ ଶୁକ୍ରବାର ସୋସୋ ଥାନା ଭାରପ୍ରାପ୍ତ ଅଧିକାରୀ ଓ ବଉଳା ଫାଣ୍ଡି ଅଧିକାରୀ ଦୁର୍ବ୍ୟବହାର କରିଥିବା ନେଇ ଆନନ୍ଦପୁର ଡିଏସ୍‌ପି ବିଦ୍ୟୁତ୍‌ ପଣ୍ଡାଙ୍କ ନିକଟରେ ମହିଳା ଅଭିଯୋଗ କରିବାସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ତେବେ ଘଟଣାର ତଦନ୍ତ କରାଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ଡିଏସ୍‌ପି ପଣ୍ଡା କହିଛନ୍ତି। ଅପର ପକ୍ଷରେ ମହିଳାଙ୍କ ଏପରି ଅଭିଯୋଗକୁ ଫାଣ୍ଡି ଓ ଥାନା ଭାରପ୍ରାପ୍ତ ଅଧିକାରୀ ଅସ୍ବୀକାର କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri