ଧାମନଗର, ୧୩।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଧୀନ ଗୋଡ଼ିପୋଖରୀ ସୟଦଜାଫର ଗ୍ରାମର ରିତାଞ୍ଜଳି ମଳିକ ନାମକ ଜଣେ ନବବିବାହିତା ମହିଳାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ସୋମବାର ଉଦ୍ଧାର କରିଛି। ଯୌତୁକ ପାଇଁ ରିତାଞ୍ଜଳିଙ୍କୁ ହତ୍ୟା କରାଯାଇଥିବା ବାପଘର ପକ୍ଷରୁ ଧୂଷୁରୀ ଥାନାରେ ଅଭିଯୋଗ କରାଯାଇଛି। ଅଭିଯୋଗ ଆଧାରରେ ପୋଲିସ ଯୌତୁକଜନିତ ହତ୍ୟା ମାମଲା(ନଂ.୧୫୨/୧୯) ରୁଜୁ କରି ତଦନ୍ତ ଚଳାଇଛି। ମୃତା ରିତାଞ୍ଜଳିଙ୍କ ସାନଭାଇ ଆରଡ଼ି ଫାଣ୍ଡି ଅଧୀନ ମୁଁଆ ଗ୍ରାମର ଶାନ୍ତନୁ ଦାସ ଅଭିଯୋଗ କରିଛନ୍ତି ଯେ, ଗତ ମେ ୫ ତାରିଖରେ ରିତାଞ୍ଜଳି ଗୋଡ଼ିପୋଖରୀ ସୟଦଜାଫର ଗ୍ରାମର ରମେଶ ମଳିକଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ସେତେବେଳେ ଦାବି ମୁତାବକ ଯୌତୁକ ଦିଆଯାଇଥିଲା। ପରେ ଶାଶୁଘର ଲୋକେ ରିତାଞ୍ଜଳିଙ୍କୁ ଅଧିକ ଯୌତୁକ ପାଇଁ ନିର୍ଯାତନା ଦେଇଆସୁଥିଲେ। ତାଙ୍କ ଭଉଣୀଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ସେ ଦର୍ଶାଇଛନ୍ତି। ଅପରପକ୍ଷେ ରବିବାର ରାତିରେ ଶୋଇବା ଘର ଫ୍ୟାନରେ ରିତାଞ୍ଜଳିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ପୋଲିସକୁ ଖବର ଦେଇଥିବା ଶାଶୁଘର ଲୋକେ କହିଛନ୍ତି। ପୋଲିସ ସୋମବାର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇଛି। ରିତାଞ୍ଜଳିଙ୍କ ବାପା ବାହାରେ ରହୁଥିବାରୁ ତାଙ୍କ ସାନଭାଇ ଥାନାରେ ଅଭିଯୋଗ କରିଛନ୍ତି। ମୃତା ରିତାଞ୍ଜଳିଙ୍କ ସ୍ବାମୀଙ୍କୁୁ ଥାନାରେ ଅଟକ ରଖି ତଦନ୍ତ ଜାରି ରହିଥିବା ଆଇଆଇସି ପ୍ରଫୁଲ୍ଲ କୁମାର ସିଂ ସୂଚନା ଦେଇଛନ୍ତି।
ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି
ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…
ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…
ଭଦ୍ରକ,୧୦ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…
ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର
ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
ଗୋ’ ମାଫିଆଙ୍କ ଘରେ ରେଡ୍: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର
ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…
ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ
ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…
Archives

