ନବରଙ୍ଗପୁର ଜିଲା ଚାଷୀଙ୍କ ଉନ୍ନତି ପାଇଁ ନୂତନ କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବିନିଯୋଗ ହେବ ୫.୨୧ କୋଟି

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଚାଷୀଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି କରିବା ଉଦ୍ଦେଶ୍ୟରେ ବୁଧବାର ରାଜ୍ୟ ସରକାର ଏକ ପାଇଲଟ୍‌ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ବିଶେଷକରି ନବରଙ୍ଗପୁର ଜିଲାରେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳର ପ୍ରୟୋଗ ଦ୍ୱାରା ଚାଷୀ ଓ ଗରିବ ଲୋକଙ୍କ ସାମାଜିକ ତଥା ଅର୍ଥନୈତିକ ଅବସ୍ଥାରେ ଉନ୍ନତି ଆଣିବା ଲାଗି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଏଥିଲାଗି ୫.୨୧କୋଟି ଟଙ୍କା ବିନିଯୋଗ ହେବ।

କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀ ଓ ଚାଷର ଉନ୍ନତି ଲାଗି ରାଜ୍ୟ ସରକାର ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି। ଚାଷକୁ ଏକ ଲାଭଜନକ ବ୍ୟବସାୟରେ ପରିଣତ କରିବା ସରକାରଙ୍କ ଲକ୍ଷ୍ୟ। ଏହାଦ୍ୱାରା ଜିଲାର ଉଦ୍ୟାନ କୃଷି, ମତ୍ସ୍ୟ ଓ ଅନ୍ୟ ଜଳଜୀବ ଚାଷ, କୁକୁଡ଼ା ଓ ପଶୁପାଳନ, ସୁଗନ୍ଧିତ ତୈଳ ଉତ୍ପାଦନ ଆଦି କ୍ଷେତ୍ରରେ ଚାଷୀଙ୍କର ଦକ୍ଷତା ଓ ରୋଜଗାର ବୃଦ୍ଧି ପାଇବ ବୋଲି ସେ କହିଛନ୍ତି।

ଏଥିଲାଗି ରାଜ୍ୟ ସରକାରଙ୍କ ୧୫ଟି ବିଭାଗ ସହ କେନ୍ଦ୍ର ସରକାରଙ୍କ ୧୨ ଗବେଷଣା ଓ ବିକାଶ ସଂସ୍ଥା ସହଯୋଗ କରୁଛନ୍ତି। ଏହାଦ୍ୱାରା ଉଚ୍ଚ ଅମଳକ୍ଷମ ଫଳ ଓ ପନିପରିବା ଚାଷ, ବ୍ୟବସାୟିକ ନର୍ସରୀ ପ୍ରତିଷ୍ଠା, ବିଭିନ୍ନ ହସ୍ତଶିଳ୍ପ ପଦାର୍ଥ ଉତ୍ପାଦନ, ମତ୍ସ୍ୟ ଉତ୍ପାଦନ ଆଦି କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ଜଣାପଡ଼ିଛି।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କୃଷି ମନ୍ତ୍ରୀ ଅରୁଣ ସାହୁ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗ ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ। ଏଥିସହ ଜିଲାର ଏମ୍‌ପି, ବିଧାୟକ ଓ ଚାଷୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri