ନବାନ୍ନ ଉତ୍ସବ: ୧୦ହଜାର ସାଧୁ, ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ ଅଫିସ, ୨ା୯ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ରବିବାର ନବାନ୍ନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥ ଏଥିରେ ସାମିଲ ହୋଇଥିବାବେଳେ ଅଲେଖ ମହିମା ଧ୍ୱନିରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା।
ପାରମ୍ପରିକ ନୀତି ଅନୁଯାୟୀ, ଭାଦ୍ରବ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହିମା ଗୋସାଇଁଙ୍କ ଉଦ୍ଦେଶ୍ୟରେ ନବାନ୍ନ ଭୋଗ ଲାଗି ହୋଇଥିଲା। ନୂଆଧାନ ଚୁଡ଼ାରେ ଗୁଡ଼, ନଡ଼ିଆ, କଦଳୀ, କ୍ଷୀର, ଦହି, ଫଳ ମିଶାଇ ଏହାକୁ ପ୍ରସ୍ତୁତ କରାଯାଇଥିଲା। ପ୍ରାତଃ ୪ଟାରେ ମହିମା ଗୋସାଇଁଙ୍କ ଉଦ୍ଦେଶ୍ୟରେ ପ୍ରସାଦ ଅର୍ପଣ କରାଯାଇଥିଲା। ତ୍ୟାଗୀ, ବୈରାଗୀମାନେ ନୂତନ ଗୈରିକ ବସ୍ତ୍ର ପିନ୍ଧି ନବାନ୍ନ ଅର୍ପଣ କରିଥିଲେ। ବକ୍‌କଳ, କୌପିନଧାରୀ ସାଧୁ ସମେତ ବହୁ ତ୍ୟାଗୀସନ୍ନ୍ୟାସୀ ଜଗତ କଲ୍ୟାଣ କାମନା କରିଥିଲେ। ଭଲ ଫସଲ ଉତ୍ପାଦନ, ଶ୍ୟାମଳିମା ଧରଣୀ ସହ ସଚରାଚର ପ୍ରାଣୀଙ୍କ ସୁଖସମୃଦ୍ଧି ଉଦ୍ଦେଶ୍ୟ ରଖି ଶୂନ୍ୟପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା। ପୂର୍ବାହ୍ନରେ ଆଶ୍ରମମଣ୍ଡଳ ଭିକ୍ଷା ଭଣ୍ଡାରରେ ନବାନ୍ନ ପ୍ରସ୍ତୁତ କରାଯାଇଥିଲା। ମହିମା ସାଧୁ, ଭକ୍ତମାନେ ଏକାଠି ବସି ପ୍ରସାଦ ସେବନ କରିଥିଲେ।
ଏ ନେଇ ସତ୍ୟ ମହିମା ଧର୍ମଧାମ ପରିଚାଳନା ସମ୍ପାଦକ ସାଧୁ ନିତ୍ୟାନନ୍ଦ ବାବା କୁହନ୍ତି, ଦୀର୍ଘ ବର୍ଷ ହେଲା ନବାନ୍ନ ଉତ୍ସବ ଅନୁଷ୍ଠିତ ହୋଇଆସୁଛି। ପ୍ରସ୍ତୁତ ନବାନ୍ନକୁ ମହିମା ଗୋସାଇଁଙ୍କ ନିକଟରେ ଅର୍ପଣ କରାଯିବା ପରେ ଜଗତକଲ୍ୟାଣ କାମନା କରାଯାଇଥିଲା। ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ପଶ୍ଚିମବଙ୍ଗ ସମେତ ଓଡ଼ିଶାର ବିଭିନ୍ନ ଜିଲାରୁ ସହସ୍ରାଧିକ ସାଧୁସନ୍ଥ ପୀଠକୁ ଆସିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

ଜଙ୍ଗଲରେ ଚାଲିଥିଲା ଜୁଆଆଡ୍ଡା: ଜଣଙ୍କ ପରେ ଜଣଙ୍କୁ ଧରି ୨୬ ଜଣଙ୍କୁ ବାନ୍ଧିଲା ପୋଲିସ, ୧୧ ଲକ୍ଷ ୧୬ ହଜାର ୯୦୦…

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଓଡ଼ିଶା–ଛତିଶଗଡ଼ ରାଜ୍ୟ ସୀମାନ୍ତର ଟପରିଆ-ଜାମଝରିଆ ଜଙ୍ଗଲ ମଧ୍ୟରେ ଚାଲିଥିବା ଏକ ବଡ଼ ଜୁଆଆଡ୍ଡା…

ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ…

ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବକ, ମିଳିନି ପରିଚୟ

ବରଗଡ଼, ୧।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼–ସୋହେଲା ମୁଖ୍ୟ ରାସ୍ତାର ପଥର୍ଲା ଛକ ନିକଟରେ ସୋମବାର ଏକ ଭୟଙ୍କର  ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri