ନବୀକରଣ ନ ହୋଇ ଓଜନ, ମାପ ଯନ୍ତ୍ର ବ୍ୟବହାର:୨ ବ୍ୟାଙ୍କ ଦେଲେ ଜରିମାନା, ଗୋଟିଏକୁ ନୋଟିସ

ଭଞ୍ଜନଗର/ସୋରଡ଼ା,୨୩।୭(ଡି.ଏନ.ଏ)-ଘରୋଇ ଓ ରାଷ୍ଟ୍ରାୟତ ବ୍ୟାଙ୍କଗୁଡ଼ିକରେ ଓଜନ ମାପ ଯନ୍ତ୍ରଗୁଡ଼ିକ ନବୀକରଣ ନ ହୋଇ ବ୍ୟବହାର ହେଉଛି । ସେହିପରି କେତେକ ବ୍ୟାଙ୍କ ଆଇଏସ୍‌ଓ ମାନ୍ୟତାପ୍ରାପ୍ତ ଓଜନ ମାପ ଯନ୍ତ୍ର ବ୍ୟବହାର କରୁନାହାନ୍ତି। ଏ ସମ୍ପର୍କରେ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କ ନିକଟକୁ ଅଭିଯୋଗ ଆସିଥିଲା। ତେଣୁ ତାଙ୍କ ନିର୍ଦ୍ଦେଶକ୍ରମେ ସୋମବାର ସୋରଡ଼ା ଓ ବଡ଼ଗଡ଼ରେ ଥିବା ୩ଟି ବ୍ୟାଙ୍କ ଉପରେ ଅଚାନକ ଚଢ଼ାଉ କରାଯାଇ ଓଜନ ଓ ମାପ ଯନ୍ତ୍ର ଯାଞ୍ଚ କରାଯାଇଥିଲା। ୨ଟି ରାଷ୍ଟ୍ରାୟତ ବ୍ୟାଙ୍କ ଓଜନ ଯନ୍ତ୍ର ନବୀକରଣ କରି ନ ଥିବା ଜଣାପଡ଼ିଥିଲା। ଏ ବାବଦରେ ରାଜ୍ୟ ସରକାର ଅନେକ ରାଜସ୍ବ ହରାଇଛନ୍ତି । ତେଣୁ ୨ ବ୍ୟାଙ୍କରୁ ୩୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେହିପରି ଅନ୍ୟ ଏକ ବ୍ୟାଙ୍କ ଆଇଏସଓ ମାନ୍ୟତାପ୍ରାପ୍ତ ଓଜନ ମାପ ଯନ୍ତ୍ର ବ୍ୟବହାର କରି ନ ଥିବା ଯୋଗୁ ୧୦ ହଜାର ଟଙ୍କା ଜରିମାନା ଦେବାପାଇଁ ବିଭାଗ ପକ୍ଷରୁ ନୋଟିସ ଦିଆଯାଇଛି। ଚଢ଼ାଉ ସମ୍ପର୍କରେ ଜଣାପଡ଼ିବା ପରେ ଉପଖଣ୍ଡର ଅନ୍ୟ କେତେକ ବ୍ୟାଙ୍କ ପକ୍ଷରୁ ତୁରନ୍ତ ଓଜନ ମାପ ଯନ୍ତ୍ରକୁ ନବୀକରଣ ପାଇଁ ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ବ୍ୟାଙ୍କ ପରେ ଯାଞ୍ଚ ଟିମ୍‌ ସୋରଡ଼ା ବ୍ଲକର ବିଭିନ୍ନ ପେଟ୍ରୋଲ ଟାଙ୍କିରେ ଚଢ଼ାଉ କରି ପେଟ୍ରୋଲର ମାନ ଓ ଅନ୍ୟାନ୍ୟ ଯାଞ୍ଚ କରିଥିଲେ। ସୋରଡ଼ା ତହସିଲଦାର ଅମର କୁମାର ବସନ୍ତରାୟ, ଅତିରକ୍ତ ତହସିଲଦାର କୁରେଶ ଚନ୍ଦ୍ର ଜାନୀ, ସହକାରୀ ନିୟନ୍ତ୍ରକ ବିନୟ କୁମାର ଦାସ, ନିରୀକ୍ଷକ ବିଶ୍ୱଜିତ ପଣ୍ଡା ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ ବୋଲି ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri