Posted inରାଜ୍ୟ

ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ଆଗକୁ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ୨୦୧୯ ମେ’ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ପଞ୍ଚମଥର ରାଜ୍ୟ ଶାସନର ଡୋରି ଧରିଥିଲେ । ଶୁକ୍ରବାର ବିଜେଡି ସରକାରର ପଞ୍ଚମ ପାଳିକୁ ବର୍ଷେ ପୂରଣ ହେବ। ଚଳିତ ବର୍ଷ ବିଜେଡି ପାଇଁ ସଂଘର୍ଷର ବର୍ଷ। ଆର୍ଥିକ ମାନ୍ଦବାସ୍ଥା ସାଙ୍ଗକୁ କୋଭିଡ-୧୯ ମହାମାରୀ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ବଡ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଲୋକଙ୍କ ଜୀବନ ଓ ସ୍ବାସ୍ଥ୍ୟ ରକ୍ଷାକୁ ସରକାର ପ୍ରାଥମିକତା ଦେଇଛନ୍ତି। କୋଭିଡ ଯୁଦ୍ଧରେ ଓଡ଼ିଶା ଜାତୀୟ ଏବଂ ଅନ୍ତର୍ଜାତୀୟ କ୍ଷେତ୍ରରେ ଭଲ ସ୍ଥିତିରେ ରହିଛି। ଆକ୍ରାନ୍ତ ଓ ମୃତ୍ୟୁହାର ଅନ୍ୟ ରାଜ୍ୟ ତୁଳନରେ କମ ରହିଛି। ରାଜ୍ୟ ସରକାରଙ୍କର ଆଗୁଆ ପଦକ୍ଷେପ ଏହି ମହାମାରୀକୁ ରୋକିବାରେ ସକ୍ଷମ ହୋଇଛି। ପଞ୍ଚମପାଳି ଆରମ୍ଭର କେଇ ମାସ ଉପ ନିର୍ବାଚନ ଏବଂ ଦଳୀୟ ସଂଗଠନକୁ ନେଇ ବିଜେଡି ରଣନୀତି ପ୍ରସ୍ତୁତ କରିଥିଲା। ତେବେ ହଠାତ୍‌ କରୋନା ଭୂତାଣୁ ସଂକ୍ରମଣ ରାଜନୈତିକ କାର୍ଯ୍ୟରେ ପୂର୍ଣ୍ଣଚ୍ଛେଦ ପକାଇ ଦେଇଛି। କରୋନା ମହାମାରୀରୁ ଲୋକମାନଙ୍କୁ ସୁରକ୍ଷା ଦେବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ବଡ ଚ୍ୟାଲେଞ୍ଜ ହୋଇଛି। କରୋନା ସାଙ୍ଗକୁ ମେ ୨୦ ତାରିଖରେ ଓଡିଶା ଉପକୂଳ ଦେଇ ଅତିକ୍ରମ କରିଥିବା ବାତ୍ୟା ‘ଅମ୍ଫନ’ ମଧ୍ୟ ରାଜ୍ୟ ପାଇଁ ଅନେକ କ୍ଷତ ଦେଇ ଯାଇଛି। ଏ ସବୁକୁ ଭରଣା କରିବା ପାଇଁ ସରକାରଙ୍କୁ ଅନେକ କଠିନ ସମୟ ଦେଇ ଗତିକରିବାକୁ ପଡିବ ବୋଲି ରାଜନୈତିକ ବିଶ୍ଲେଷକ ମତ ଦେଇଛନ୍ତି। ଆମାଗୀ ୨ ବର୍ଷ ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାରଙ୍କ ପାଇଁ ବଡ ଚ୍ୟାଲେଞ୍ଜ ରହିବ। ପରିସ୍ଥିତିକୁ ମୁକାବିଲା କରିବାକୁ ନବୀନ ଆଗାମୀ ବର୍ଷ ପାଇଁ କି ରଣନୀତି ପ୍ରସ୍ତୁତି କରିବେ ଓ ଦଳୀୟ ନେତାଙ୍କୁ କି ବର୍ତ୍ତା ଦେବେ ତାହା ଉପରେ ଏବେ ନଜର।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri