Posted inଜାତୀୟ

ନବୀନଙ୍କ ସମେତ ୧୧ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ପିନାରାୟୀ ବିଜୟନ୍‌

ଥିରୁଭାନନ୍ଥପୁରମ୍‌,୪ା୧(ପି.ଟି.): ବିବାଦୀୟ ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ରଦ୍ଦ କରିବା ପାଇଁ କେରଳ ବିଧାନସଭାରେ ପ୍ରସ୍ତାବ ଗୃହୀତ ହେବା ପରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଶୁକ୍ରବାର ୧୧ଟି ରାଜ୍ୟର ପ୍ରତିପକ୍ଷଙ୍କୁ ପତ୍ର ଲେଖି ଗଣତନ୍ତ୍ର ଓ ଧର୍ମନିରପେକ୍ଷତାର ସୁରକ୍ଷା ପାଇଁ ଆହ୍ବାନ ଦେଇଛନ୍ତି। ସିଏଏକୁ ନେଇ ସମାଜର ଅଧିକାଂଶ ଗୋଷ୍ଠୀ ମଧ୍ୟରେ ଆଶଙ୍କା ସୃଷ୍ଟି ହୋଇଥିବା ବିଜୟନ୍‌ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ଆମ ଗଣତନ୍ତ୍ର ଓ ଧର୍ମନିରପେକ୍ଷତାର ମୂଲ୍ୟବୋଧର ସୁରକ୍ଷା ଓ ସଂରକ୍ଷଣ ଚାହୁଁଥିବା ସମସ୍ତ ଭାରତୀୟ ଏକାଠି ହେବା ସମୟର ଆବଶ୍ୟକତା ବୋଲି ସେ କହିଛନ୍ତି। ସିଏଏ ବିରୋଧରେ ପଦକ୍ଷେପ ନେବା ପାଇଁ ସେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରମୁଖଙ୍କୁ ପତ୍ର ଲେଖିଛନ୍ତି।
ସୂଚନାଯୋଗ୍ୟ ଗତ ମଙ୍ଗଳବାର କେରଳ ବିଧାନସଭାରେ ସିଏଏ ରଦ୍ଦ ଦାବି ନେଇ ଏକ ପ୍ରସ୍ତାବ ଗୃହୀତ ହୋଇଥିଲା। ଶାସକ ସିପିଆଇ(ଏମ୍‌)-ଏଲ୍‌ଡିଏଫ୍‌ ଏବଂ ବିରୋଧୀ ଦଳ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ୍‌ ପ୍ରସ୍ତାବକୁ ସମର୍ଥନ କରିଥିବାବେଳେ ଭାଜପାର ଏକମାତ୍ର ବିଧାୟକ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ. ରାଜଗୋପାଳ ବିରୋଧ କରିଥିଲେ। କେରଳ ବିଧାନସଭାର ଏହି ପଦକ୍ଷେପକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ସମର୍ଥନ ଜଣାଇଛନ୍ତି। ଏହା ଜନତାର ସ୍ବର ଏବଂ କେନ୍ଦ୍ର ଏଥିପ୍ରତି ଧ୍ୟାନଦେବା ଆବଶ୍ୟକ ବୋଲି ଅମରିନ୍ଦର କହିଛନ୍ତି। ଏନେଇ ସେ କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ଖୋଲାଚିଠି ଲେଖି ସିଏଏ ସମ୍ପର୍କରେ ରାଜ୍ୟଗୁଡ଼ିକ ଆଇନଗତ ପରାମର୍ଶ ନେଇଥିବା ଜଣାଇଛନ୍ତି। କେରଳ ଲୋକଙ୍କ ସ୍ବରକୁ ସେମାନଙ୍କ ନିର୍ବାଚିତ ଜନପ୍ରତିନିଧି ପ୍ରସ୍ତାବ ମାଧ୍ୟମରେ ଉପସ୍ଥାପନ କରିଥିବା ଅମରିନ୍ଦର କହିଛନ୍ତି। ପଶ୍ଚିମବଙ୍ଗ, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ନୂଆ ନାଗରିକତ୍ୱ ଆଇନକୁ ଅସାମ୍ବିଧାନିକ କହିବା ସହ ସେମାନଙ୍କ ରାଜ୍ୟରେ ଲାଗୁ କରିବେ ନାହିଁ ବୋଲି କହିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri