ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ପିନାକୀ: ମୁଖ୍ୟମନ୍ତ୍ରୀଙ୍କ ୨୧ ଲୋକ ସଭା ଜିତିବା ପ୍ରଶ୍ନର ଉତ୍ତରରେ କହିଲେ ଶାହଙ୍କୁ ୧୨୦+ ମିଶନ ନେଇ ପ୍ରଥମେ ପ୍ରଶ୍ନ କରାଯାଉ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୁରୀ ଜିଲାର ୬ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ବିଜେଡି ୪ଟିରେ ବିଜୟୀ ହୋଇଥିବା ବେଳେ ୨ଟି ଭାଜପା ହାତକୁ ଯାଇଛି। ପୁରୀ ଓ ବ୍ରହ୍ମଗିରି ବିଧାନସଭା ଭାଜପା ହାତକୁ ଯାଇଛି। ହେଲେ ପୁରୀ ଲୋକ ସଭା ଆସନରୁ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ଜିତିଛନ୍ତି। ସେ ତାଙ୍କ ନିକଟତମ ପ୍ରତିନ୍ଦ୍ୱନ୍ଦୀ ସମ୍ବିତ ପାତ୍ରଙ୍କୁ ୧୩ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ହରାଇଛନ୍ତି। ତେବେ ଶୁକ୍ରବାର ପିନାକୀ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି। ଏହା ପରେ ସେ ଗଣମାଧ୍ୟମ ପ୍ରତିିନିଧିଙ୍କ ପ୍ରଶ୍ନର ଜବାବ ରଖିଥିଲେ।

ପୁରୀ ଓ ବ୍ରହ୍ମଗିରି ବିଧାନସଭା ଆସନରେ ମହେଶ୍ୱର ମହାନ୍ତି ପରାଜିତ ହେବାକୁ ନେଇ ସେ କହିଛନ୍ତି, ଏହା ଦୁର୍ଭାଗ୍ୟଜନକ। ଦଳ ପୁଣି ଥରେ ପୁରୀରେ ତୃଣମୂଳସ୍ତରରେ କାମ କରି ନିଜକୁ ସୁଦୃଢ଼ କରିବ। ସେହିଭଳି ବ୍ରହ୍ମଗିରିରେ ମଧ୍ୟ ଦଳ ପୂର୍ବସ୍ଥିତି ଫେରିବା ଲାଗି ଚେଷ୍ଟା କରିବ। ତେବେ କଂଗ୍ରେସ ପୁରୀରେ ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାରୁ ଭାଜପା ଓ ବିଜେଡି ମଧ୍ୟରେ କଡ଼ା ଟକ୍କର ହୋଇଥିଲା ବୋଲି ସେ କହିଛନ୍ତି।

ଏହାଛଡ଼ା ନବୀନଙ୍କ ୨୧ ଲୋକ ସଭା ଆସନ ଜିତିବା ମନ୍ତବ୍ୟ ଉପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ରାଜନୀତିରେ ସବୁ ସମ୍ଭବ। ତେବେ ପ୍ରଥମେ ଭାଜପାର ୧୨୦+ ମିଶନକୁ ନେଇ ଅମିତ ଶାହଙ୍କୁ ପ୍ରଶ୍ନ କରାଯିବା ଉଚିତ ବୋଲି ସେ କଟାକ୍ଷ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri