Posted inଭଦ୍ରକ

ନବୋଦୟ ବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ର ଅସୁସ୍ଥ

ବାସୁଦେବପୁର, ୫।୯ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦମାଳିସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ର ଜ୍ୱର ସହିତ ଝାଡ଼ା ଓ ମୁଣ୍ଡବ୍ୟଥା ହେଉଥିବାରୁ ଅସୁସ୍ଥ ହୋଇପଡ଼ିଛନ୍ତି। ଗତ ଦୁଇଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଲାଣି। ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ବାସୁଦେବପୁର ଡାକ୍ତରଖାନାକୁ ନିଆଯାଇ ଚିକିତ୍ସା କରାଯାଇଥିବା ବେଳେ ଅଭିଭାବକମାନେ ସେମାନଙ୍କୁ ଘରକୁ ନେଇଯାଉଥିତ୍ବା ସୂଚନା ମିଳିଛି। ସେହିପରି ଆଗକୁ ଏହି ଜ୍ୱର ଅନ୍ୟ ପିଲାଙ୍କୁ ବଢ଼ିବାର ଆଶଙ୍କା ଥିବାରୁ ଭୟରେ ଅଭିଭାବକ ତାଙ୍କ ପିଲାଙ୍କୁ ଘରକୁ ନେଇ ଚିକିତ୍ସା କରାଉଥିବା ଜଣାପଡ଼ିଛି। ତେବେ କେଉଁ କାରଣ ପାଇଁ ଛାତ୍ରୀଛାତ୍ର ଜ୍ୱର ଓ ଝାଡ଼ାରେ ଆକ୍ରାନ୍ତ ହେଉଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ପିଇବା ପାଣି ସଂକ୍ରମଣ ଓ ଦୂଷିତ ପରିବେଶ ଏହାର କାରଣ ହୋଇଥାରେ ବୋଲି ଅନୁମାନ କରାଯାଉଛି। ଏହା ଏକ କେନ୍ଦ୍ରୀୟ ବିଦ୍ୟାଳୟ ହୋଇଥିବା ବେଳେ ନିୟମିତ ଭାବେ ଡାକ୍ତର ପିଲାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବାର ବ୍ୟବସ୍ଥା ରହିଛି। କିନ୍ତୁ ଡାକ୍ତର ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଲାଗି ଯାଉ ନ ଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଜବାହର ନବୋଦୟ ବିଦ୍ୟାଳୟ ଅଧ୍ୟକ୍ଷା ସଙ୍ଗୀତା ଜୟସ୍ବାଲଙ୍କୁ ପଚାରିବାରୁ ଛାତ୍ରୀଛାତ୍ର ଜ୍ୱର, ଝାଡ଼ାରେ ପୀଡ଼ିତ ହେବା ଘଟଣାକୁ ସ୍ବୀକାର କରିଥିଲେ। ଚିକିତ୍ସା ପାଇଁ ଏଠାକୁ ନିୟମିତ ଡାକ୍ତର ଆସୁ ନ ଥିବା ସମ୍ପର୍କରେ ସେ ଜିଲାପାଳଙ୍କୁ ଅବଗତ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri