ନଭେମ୍ବର ୨୧ରେ ଓଟିଇଟି ପରୀକ୍ଷାଫଳ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷା ଫଳ ଆସନ୍ତା ନଭେମ୍ବର ୨୧ରେ ପ୍ରକାଶ ପାଇବ। ଏ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେପଟେ ଓଟିଇଟି ଆନ୍‌ସର-କି’ରେ ବ୍ୟାପକ ତ୍ରୁଟି ଥିବା ମନ୍ତ୍ରୀ ସ୍ବୀକାର କରିଛନ୍ତି। ରିଚେକିଂ ପାଇଁ ଛାତ୍ରୀଛାତ୍ରଙ୍କଠାରୁ ନିଆଯାଇଥିବା ଫି’କୁ ଫେରାଇ ଦିଆଯିବ। ଏ ସବୁ ସମସ୍ୟାର ଶୀଘ୍ର ସମାଧାନ କରିବା ପାଇଁ ମନ୍ତ୍ରୀ ଦାଶ ମାଧ୍ୟମିକ ଶିକ୍ଷା ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷରେ, ଗତ ୨୦୧୮ ଅକ୍ଟୋବରରେ ଓଏସ୍‌ଏସ୍‌ଟିଇଟି ପରୀକ୍ଷା ହୋଇଥିଲା। ସେତେବେଳେ ମଧ୍ୟ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ପରିଲକ୍ଷିତ ହୋଇଥିଲା ଓ ପିଲା ଆନ୍‌ସର-କି’କୁ ଚ୍ୟାଲେଞ୍ଜ କରିଥିଲେ। ପରେ ଦୁଇ ଦୁଇଥର ଗ୍ରେସ୍‌ ମାର୍କ ମିଳିଥିଲା କିନ୍ତୁ ପ୍ରତିଶ୍ରୁତି ଅନୁସାରେ ରିଚେକିଂ-ଫି ପିଲାଙ୍କୁ ଆଜିଯାଏ ଫେରାଗଲା ନାହିଁ। ତେବେ ୨୦୧୯ ଫେବୃୟାରୀ ୨୧ରେ ଓଏସ୍‌ଏସ୍‌ଟିଇଟି ରେଜଲ୍ଟ ବାହାରିଥିଲା। ଏଣୁ ଏବେ ମଧ୍ୟ ସମାନ ପରିସ୍ଥିତି ଉପୁଜିଥିବାବେଳେ ରିଚେକିଂ-ଫି ଫେରାଇବା ପ୍ରତିଶ୍ରୁତି କେବଳ ପ୍ରତିଶ୍ରୁତିରେ ରହିଯିବା ନେଇ ପରୀକ୍ଷାର୍ଥୀଙ୍କ ମନରେ ଆଶଙ୍କା ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ଗତ ଜାନୁୟାରୀ ୧୬ରେ ଓଟିଇଟି ଅଫ୍‌ଲାଇନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଯୋଗୁ ବାତିଲ୍‌ ହୋଇଥିଲା। ପରେ ଅଗଷ୍ଟରେ ଅନ୍‌ଲାଇନ୍‌ ପରୀକ୍ଷା ଅନୁଷ୍ଠିତ ହେଲା। ସେତେବେଳେ ମଧ୍ୟ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍‌ ହୋଇଥିଲା। କିନ୍ତୁ ବୋର୍ଡ ଏହାକୁ ସ୍ବୀକାର କରି ନ ଥିଲା। ପ୍ରଥମେ ଓଟିଇଟିର ଅଫ୍‌ଲାଇନ୍‌ ପ୍ରଶ୍ନପତ୍ର ଲିକ୍‌କୁ ନେଇ ବିକ୍ଷୋଭ ସାଙ୍ଗକୁ କ୍ରାଇମ୍‌ବ୍ରାଞ୍ଚର ହସ୍ତକ୍ଷେପ, ପରେ ଅନ୍‌ଲାଇନ୍‌ ପରୀକ୍ଷାର ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାପରେ ଆନ୍‌ସର-କି’ରେ ବ୍ୟାପକ ତ୍ରୁଟି ଥିବା ଅଭିଯୋଗ ହୋଇଥିଲା। ଓଟିଇଟି ଅନ୍‌ଲାଇନ୍‌ ଆନ୍‌ସର-କି’ରେ ବ୍ୟାପକ ତ୍ରୁଟି ସାଙ୍ଗକୁ ଖାମ୍‌ଖିଆଲ ଭାବେ ମାର୍କିଂ କରାଯାଇଥିବା ଓଟିଇଟି ଛାତ୍ର ସଂଘର ଆବାହକ ଦୀନବନ୍ଧୁ ପତି ଅଭିଯୋଗ ଆଣିଥିଲେ। ଅଭିଯୋଗ ଅନୁସାରେ, ଗତ ଅଗଷ୍ଟ ୫ରୁ ୧୮ ଯାଏ ୪୫ଟି ଶିଫ୍ଟରେ ଓଟିଇଟି ଅନ୍‌ଲାଇନ୍‌ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଯାହାର ଆନ୍‌ସର-କି’ ଗତ ୫ ତାରିଖରେ ପ୍ରକାଶ ପାଇଛି। ପ୍ରତି ସିଫ୍ଟରେ ୧୦ରୁ ଅଧିକ ଉତ୍ତର ଭୁଲ୍‌ ଥିବା ସାମ୍ନାକୁ ଆସିଥିଲା। ସଂଘ ପକ୍ଷରୁ ପରୀକ୍ଷାର୍ଥୀଙ୍କୁ ୧୦ରୁ ୧୫ ମାର୍କ ଗ୍ରେସ୍‌ ଦିଆଯିବା ଦାବି ଉଠିଥିଲା। ପ୍ରତି ପ୍ରଶ୍ନ ପିଛା ୫୦୦ଟଙ୍କା ଫି’ ନିଆଯିବାକୁ ମଧ୍ୟ ବିରୋଧ କରାଯାଇଥିଲା। ସେତେବେଳେ ଏହି ଘଟଣାକୁ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ ପକ୍ଷରୁ ପ୍ରତିବାଦ କରାଯିବା ସହିତ ତୁରନ୍ତ ସମାଧାନ କରିବା ପାଇଁ ଦାବି ଉଠିଥିଲା। ଏହାର ତଦନ୍ତ କରିବା ପାଇଁ ମଧ୍ୟ ମନ୍ତ୍ରୀ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri