ନମନୀୟ ତ୍ୱଚା ପାଇଁ ଆଲୋଭେରା

ଆଲୋଭେରା ବା ଘିକୁଆଁରୀରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। କେବଳ ସେତିକି ନୁହେଁ, ତ୍ୱଚାକୁ ନୂଆ ରୂପ ଦେବାରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ତେଣୁ ତ୍ୱଚାର ଘରୋଇ ଉପଚାର ସମୟରେ ଏହାକୁ ଆପଣେଇ ପାରନ୍ତି…

-ଆଣ୍ଟି ଏଜିଂ ସମସ୍ୟାଠାରୁ ନିଜକୁ ଦୂରେଇ ରଖିବା ପାଇଁ ଆଲୋଭେରା ଜେଲ୍‌ ସହିତ ବେସନ, ହଳଦୀ ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ଲଗାଇ ୧୫-୨୦ମିନିଟ୍‌ ଛାଡିଦିଅନ୍ତୁ। ଏହାପରେ ଥଣ୍ଡା ପାଣିରେ ମୁହଁକୁ ଭଲଭାବେ ଧୋଇ ଦିଅନ୍ତୁ। ଏହାଦ୍ୱାରା ତ୍ୱଚା ନମନୀୟ ହେବା ସହ ଆପଣ ଆଣ୍ଟି ଏଜିଂ ସମସ୍ୟାରୁ ନିଜକୁ ରକ୍ଷା କରିପାରିବେ।
-ତ୍ୱଚାରୁ ଦାଗ ଦୂର କରିବା ପାଇଁ ଏକ ସହଜ ଉପାୟ ଆପଣେଇ ପାରନ୍ତି। ଆଲୋଭେରା ଜେଲ, ଜଜୋବା ଅଏଲ, ଲେମ୍ବୁ ରସକୁ ମିକ୍ସ କରି ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ଦିନକୁ ଦୁଇଥର ଲଗାନ୍ତୁ। ତା’ପରେ ସଫା ପାଣିରେ ମୁହଁକୁ ଧୋଇ ଦିଅନ୍ତୁ।
-ସନବର୍ନରୁ ମୁକ୍ତି ପାଇବାକୁ ହେଲେ ଆଲୋଭେରା ଜେଲ ଓ ପୁଦିନା ତେଲକୁ ମିକ୍ସ କରି ପ୍ରତିଦିନ ମସାଜ୍‌ କରନ୍ତୁ। ଯାହା ଆପଣଙ୍କୁ ସନ୍‌ବର୍ନରୁ ମୁକ୍ତି ଦେବ। ଏଥିରେ ଆଣ୍ଟି ବ୍ୟାକ୍ଟେରିଆଲ୍‌ ଗୁଣ ରହିଛି, ଯାହା ଆପଣଙ୍କ ସମସ୍ୟାର ସମାଧାନ କରିବାରେ ସାହାଯ୍ୟ କରିଥାଏ।
-ମୁହଁରେ ପିମ୍ପଲ୍ସ ହୋଇଥିଲେ ଆଲୋଭେରା ଜେଲ ଦ୍ୱାରା ତ୍ୱଚାକୁ ମସାଜ୍‌ କରି କିଛି ସମୟ ଛାଡ଼ିଦିଅନ୍ତୁ। କିଛି ସମୟ ପରେ ନର୍ମାଲ ପାଣିରେ ଧୋଇ ଦିଅନ୍ତୁ। ଏହାଦ୍ୱାରା ପିମ୍ପଲରୁ ମୁକ୍ତି ମିଳିପାରିବ।
-ତ୍ୱଚାକୁ ଟୋନ୍‌ କରିବାକୁ ହେଲେ ଆଲୋଭେରା ଜେଲ ଓ ଅମୃତଭଣ୍ଡାର ପେଷ୍ଟ ପ୍ରସ୍ତୁତ କରି ମୁହଁରେ ଲଗାନ୍ତୁ। ଏହାକୁ କିଛି ସମୟ ଛାଡିଦିଅନ୍ତୁ। ଏହା ପରେ ସଫା ପାଣିରେ ମୁହଁକୁ ଭଲ ଭାବେ ଧୋଇ ଦିଅନ୍ତୁ।
– ଡ୍ରାଏ ସ୍କିନ୍‌ ପାଇଁ ଆଲୋଭେରା ପ୍ୟାକ୍‌ ବ୍ୟବହାର କରିପାରନ୍ତି। ଏହି ପ୍ୟାକ୍‌କୁ ପ୍ରସ୍ତୁତ କରିବାକୁ ହେଲେ ୧୦ଟି ବାଦାମ୍‌କୁ ଭିଜାଇ ରଖନ୍ତୁ। ସକାଳୁ ଏହାକୁ ଗ୍ରାଇଣ୍ଡ କରି ପେଷ୍ଟ ପ୍ରସ୍ତୁତ କରନ୍ତୁ। ପୁଣି ସେଥିରେ ଆଲୋଭେରା ଜେଲ ମିଶାନ୍ତୁ। ଏହି ପେଷ୍ଟକୁ ମୁହଁରେ ଆପ୍ଲାଏ କରନ୍ତୁ। ଏହାକୁ ୧୫ମିନିଟ୍‌ ପରେ ଧୋଇ ଦିଅନ୍ତୁ। ଏହାଦ୍ୱାରା ଡ୍ରାଏ ସ୍କିନ୍‌ ସମସ୍ୟା ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri