ନରହନ୍ତା ଦନ୍ତାର ଉଗ୍ରରୂପ:୯ ଘର ଭାଙ୍ଗିଲା, ରାତିସାରା ବର୍ଷାରେ ଭିଜିଲେ କ୍ଷତିଗ୍ରସ୍ତ

ପରଜଙ୍ଗ, ୧୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ଡିହଡୋଳ ଫରେଷ୍ଟ ସେକ୍ସନରେ ନରହନ୍ତା ଦନ୍ତା ତାଣ୍ଡବ ଚରମ ସୀମାରେ ପହଞ୍ଚତ୍ଛି। ଦାନ୍ତ କଟାଯିବା ପରେ କିଛି ମାତ୍ରାରେ ଶାନ୍ତ ପଡ଼ିଥିବା ହାତୀ ହଠାତ୍‌ ହିଂସ୍ର ହୋଇଉଠିଛନ୍ତି। ସପ୍ତାହେ ହେଲା ହାତୀ ଉନ୍ମତ୍ତ ହୋଇ ଘୂରି ବୁଲୁଛି। ଯେଉଁ ଗଁାରେ ପଶୁଛି ସେଠି ବ୍ୟାପକ କ୍ଷୟକ୍ଷତି କରୁଛି। ଛାତ ଘର, ପାଚେରି, ଛପର କିଛି ବି ଛାଡୁନାହିଁ। ହାତୀକୁ ଘଉଡ଼ାଇବା ଲାଗି ବନ ବିଭାଗ କର୍ମଚାରୀଙ୍କ ସମସ୍ତ ଉଦ୍ୟମ ଫେଲ ମାରୁଛି। ନରହନ୍ତା ଦନ୍ତା ଉପଦ୍ରବରେ ଅଞ୍ଚଳବାସୀ ତ୍ରାହି ତ୍ରାହି ଡାକୁଥିବାବେଳେ ଏହାକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି।
ଡିହଡୋଳ ଫରେଷ୍ଟ ସେକ୍ସନରେ ୧୮ରୁ ଊର୍ଦ୍ଧ୍ୱ ହାତୀ ଆତଙ୍କ ସୃଷ୍ଟି କରି ଚାଲିଛନ୍ତି। ହେଲେ ଦନ୍ତା ପଲରୁ ଅଲଗା ହୋଇ ବାରମ୍ବାର ଜନବସତି ମୁହଁା ହେଉଛି। ଶୁକ୍ରବାର ରାତି ସାରା କନ୍ଦରସିଂହା ପଞ୍ଚାୟତ ମଝିକା ଗ୍ରାମରେ ତାଣ୍ଡବ ରଚିଥିବା ଉକ୍ତ ହାତୀ ଶନିବାର ରାତିରେ ସରାଙ୍ଗ ପଞ୍ଚାୟତ କନ୍ଦରସିଂହା ଗ୍ରାମରେ ଉପଦ୍ରବ ସୃଷ୍ଟି କରଛି। ହାତୀକୁ ଜନବସତିରୁ ବାହାର କରିବାକୁ ଲୋକମାନେ ବାଣ ଫୁଟାଇଥିଲେ। ଏଥିରେ ଅଧିକ ହିଂସ୍ର ହୋଇ ହାତୀ ଗ୍ରାମରେ ବ୍ୟାପକ କ୍ଷତି କରିଥିଲା। ଏଥିରେ ହରିଶ୍ଚନ୍ଦ୍ର ବିଶ୍ୱାଳ, ମୁଗା ନାୟକ, ସୁମ ନାୟକ, ତ୍ରିଲୋଚନ କାଣ୍ଡି, ଶାନ୍ତନୁ କାଣ୍ଡି, ସନାତନ କାଣ୍ଡି, ସୁନୀଲ ବେହେରା, ଶଙ୍କର୍ଷଣ ଶଙ୍ଖୁଆ, ସରାଙ୍ଗ ଗ୍ରାମର ଦିବାକର ନାହାକଙ୍କ ଘର ଭାଙ୍ଗିଯାଇଛି। ଘଡ଼ଘଡ଼ି ସାଙ୍ଗକୁ ବର୍ଷା କଚାଡୁଥିବାବେଳେ ଭଙ୍ଗା ଘର ଛାଡ଼ି କ୍ଷତିଗ୍ରସ୍ତ ପରିବାର ଲୋକେ ଛାତ ଘର ଉପରେ ଅସହାୟ ଅବସ୍ଥାରେ ରାତି କଟାଇଥିଲେ।
ଅଞ୍ଚଳରେ ହାତୀଭୟ ଲାଗିରହିଛି। ସନ୍ଧ୍ୟା ହେଲେ ତାଟିକବାଟ ପଡ଼ିଯାଉଛି। ଘରକୁ ବାହାରିବାକୁ ଲୋକେ ସୁରକ୍ଷିତ ମଣୁନାହାନ୍ତି। ଏ ନେଇ ଫରେଷ୍ଟର ରାମଚନ୍ଦ୍ର ରାଉତ କୁହନ୍ତି, ଉକ୍ତ ଦନ୍ତା ଆକ୍ରମଣରେ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ହାତୀକୁ ଅନ୍ୟତ୍ର ଘଉଡ଼ାଇବାକୁ ଚାପ ବଢୁଛି। ବନ କର୍ମଚାରୀ ଏବଂ ହାତୀ ସ୍କ୍ବାଡ୍‌ ସଦସ୍ୟ ବର୍ଷାରେ ଭିଜି ହାତୀକୁ ଘଉଡ଼ାଇବାକୁ ଉଦ୍ୟମ କରିଥିଲେ। ହେଲେ କୌଣସି ସୁଫଳ ମିଳୁନାହିଁ ବୋଲି ସେ ସୂଚନା ଦେଇଛନ୍ତି। ଅନ୍ୟପଟେ କ୍ଷୟକ୍ଷତି ଆକଳନ ପରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ରେଞ୍ଜର ହରମୋହନ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri