ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୪ା୭-ଫୁଲବାଣୀ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ ପାଇବା ପରେ ସିଡିଏମଓ ସାରଙ୍ଗଡ ଡାକ୍ତରଖାନାର ୨ଡାକ୍ତରଙ୍କୁ କାରଣଦର୍ଶାଅ ନୋଟିଶ ଦେବା ସହ ଜଣେ ଷ୍ଟାଫନର୍ସ ଓ ଜଣେ ଆଟେଣ୍ଡାଣ୍ଟଙ୍କୁ ନିଳମ୍ବିତ କରିଛନ୍ତି।
ସୂଚନାଯୋଗ୍ୟ ଯେ, କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଥାନା ବଣ୍ଡାଗୁଡା ଗ୍ରାମର ପଞ୍ଚାୟତ ରାତ୍ର ଜଗୁଆଳୀ ଦିଲୀପ ଦଳବେହେରା ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ସାରଙ୍ଗଗଡ ମେଡିକାଲରେ ଭର୍ତ୍ତି ହୋଇଥିଲେ। ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିଲା। ମହାପ୍ରୟାଣ ଗାଡି ନ ମିଳିବାରୁ ତାଙ୍କ ସମ୍ପର୍କୀୟ ଡାକ୍ତରଖାନା ଠାରୁ ପ୍ରାୟ ୪ କିମି ଦୁର ବଣ୍ଡାଗୁଡାକୁ ଭାରରେ ବୋହି ନେଇଥିଲେ। ଏହି ଘଟଣା ଗଣମାଧ୍ୟମରେ ପ୍ରଚାରିତ ହେବା ପରେ ଜିଲା ଚିକିତ୍ସାଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଉପଖଣ୍ଡ ଚିକିତ୍ସାଧିକାରୀଙ୍କ ରିପୋର୍ଟ ପାଇବା ପରେ ସିଡିଏମଓ ଉକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୩ ଦିନ ତଳେ ଦାରିଙ୍ଗିବାଡି ଅଞ୍ଚଳରେ ଏପରି ଖଟରେ ମୃତଦେହ ବୋହିନେବା ଘଟଣାରେ ସିଡିଏମ୍‌ଓ ଏକ ଗାଇଡ ଲାଇନ ଜାରି କରି ଏହାକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ମଧ୍ୟ ସାରଙ୍ଗଗଡ ଡାକ୍ତରଖାନାରେ ପୁଣି ମୃତଦେହ ଭାରରେ ବୁହାହେବା ଘଟଣାକୁ ଜିଲା ପ୍ରଶାସନ ଗୁରୁତର ସହ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri