ନର୍ସ ନୀହାରିକା ହତ୍ୟା ଘଟଣା: ଏକାଧିକ ବ୍ୟକ୍ତି ସମ୍ପୃକ୍ତ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବିରେ ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ନର୍ସ ନୀହାରିକା ହତ୍ୟା ଘଟଣାରେ ପୋଲିସର ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଛନ୍ତି ତାଙ୍କ ମା’ ଓ ବାପା। ସେମାନେ ପୋଲିସର ଦୂର୍ବଳ ତଦନ୍ତକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି। ଗୁରୁବାର ସେମାନେ ରାଜ୍ୟ ମାନବିକ ଅଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମାନବିକ ଅଧିକାର କର୍ମୀ ପ୍ରଦୀପ୍ତ ନାୟକଙ୍କ ଜରିଆରେ ଏକ ପିଟିଶନ ଦାଖଲ କରିଛନ୍ତି। ନୀହାରିକାଙ୍କ ବାପା କହିଛନ୍ତି,ଏହି ଘଟଣାରେ ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଛି। ଅଭିଯୁକ୍ତ କିଶୋରଚନ୍ଦ୍ର ଆଞ୍ଚଳ ଆତ୍ମସର୍ମପଣ କରି ନ ଥିଲେ ପୋଲିସ ତାଙ୍କୁ ବି ଧରିପାରି ନ ଥାନ୍ତା। କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ହେଲେ ସବୁକିଛି ପଦାକୁ ଆସିବ ବୋଲି ତାଙ୍କ ବାପା କହିଛନ୍ତି। ଏନେଇ ମାନବିକ ଅଧିକାରୀ ପ୍ରଦୀପ୍ତ ନାୟକ କହିଛନ୍ତି, ନୀହାରିକାଙ୍କୁ ଅପହରଣ ପରେ ଗଣବଳାତ୍କାର କରାଯାଇଛି। ଏହାପରେ ତାଙ୍କୁ ଏକ ଘରେ ହତ୍ୟା କରାଯାଇ ବସ୍ତାରେ ପୂରାଇ ବିଲୁଆଖାଇ ନଦୀ ପଠାରେ ପିଙ୍ଗା ଯାଇଛି। ପୋଲିସ ଏହି ଘଟଣାର ତଦନ୍ତ ଠିକ୍‌ରେ କରିବାରେ ବିଫଳ ହୋଇଛି। ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ନୀହାରିକାଙ୍କ ମୃତଦେହ ନଦୀପଠାରୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri