ନଳକୂପରୁ ପାଣି ଆଣୁଥିବା ବେଳେ ବଜ୍ରପାତ: ଚାଲିଗଲା ୨ ଶ୍ରମିକଙ୍କ ଜୀବନ

କୁଆଁରମୁଣ୍ଡା,୧୪ା୬(ଡି.ଏନ୍‌.ଏ.) : ରବିବାର ସକାଳେ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଖୁଖୁୁଣ୍ଡୁବାହାଲ ପଞ୍ଚାୟତର ଲୋଡୋସେରା ନାଳା ପୋଲ ନିକଟରେ ବଜ୍ରପାତରେ ୨ ଜଣ ଯୁବ ଶ୍ରମିକଙ୍କର ପ୍ରାଣହାନୀ ଘଟିଛି। ମୃତକ ଦ୍ୱୟ ହେଲେ ବିନୀତ ଡୁଙ୍ଗଡୁଙ୍ଗ(୨୨) ଓ ବୋଧ କେର୍କେଟା(୨୫)। ବିନୀତଙ୍କ ଘର ଝାଡ଼ଖଣ୍ଡ ରାଜ୍ୟର ଠେଠେଇଟାଙ୍ଗର ଥାନା ଅନ୍ତର୍ଗତ ରଚାକୋନା ଗ୍ରାମ ହୋଇଥିବା ବେଳେ ବୋଧଙ୍କ ଘର ବଡ଼ଗାଁ ଥାନା ଅନ୍ତର୍ଗତ ଗେଲେଇବାହାଲ ଗ୍ରାମରେ। ଖବର ପାଇ କୁଆଁରମୁଣ୍ଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଦୁଇଟି ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ପରିବାର ଲୋକେ ଆସିବା ପରେ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି। ଏ ନେଇ ୨ଟି ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ମୃତକ ଦ୍ୱୟ ଲୋଡୋସେରା ନାଳା ଉପରେ ନିର୍ମାଣାଧୀନ କଂକ୍ରିଟ ପୋଲ କାର୍ଯ୍ୟରେ ଏକ ଠିକା ସଂସ୍ଥା ଦ୍ୱାରା ନିୟୋଜିତ ହୋଇଥିଲେ। ବିନୀତ ଜେସିବି ହେଲପର ଭାବେ କାର୍ଯ୍ୟ କରୁଥିବା ବେଳେ ବୋଧ ଶ୍ରମିକ ଥିଲେ। ମାତ୍ର ରବିବାର ଥିବାରୁ କାର୍ଯ୍ୟ ବନ୍ଦ ଥିଲା। ପୋଲ ନିର୍ମାଣସ୍ଥଳୀରେ ଅସ୍ଥାୟୀ ପାଲ ଟାଣି ରହୁଥିବା ଶ୍ରମିକମାନଙ୍କ ମଧ୍ୟରୁ ବିନୀତ ଓ ବୋଧ ରବିବାର ସକାଳେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ସମୟରେ ୧୦୦ ମିଟର ଦୂରରେ ଥିବା ଏକ ନଳକୂପରୁ ବାଲ୍‌ଟିରେ ପାଣି ଆଣୁଥିବା ବେଳେ ବଜ୍ରପାତରେ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଏହି ସମୟରେ ଅନ୍ୟ ୨ ଜଣ ଶ୍ରମିକ ଭୟରେ ଆଣ୍ଠୁମାଡ଼ି ବସି ପଡ଼ିବାରୁ ସେମାନଙ୍କୁ କୌଣସି ଆଘାତ ଲାଗି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri