Posted inଖେଳ

ନଳୀନିକାନ୍ତ ସ୍ମାରକୀ ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆରମ୍ଭ

ଭୁବନେଶ୍ୱର, ୨୯।୧୧(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବ ଆନୁକୂଲ୍ୟରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଗୁରୁବାର ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ଆରମ୍ଭ ହୋଇଛି। ୫୦ ମହିଳାଙ୍କ ସମେତ ପ୍ରତିଯୋଗିତାରେ ମୋଟ ୩୮୧ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ସର୍ବାଧିକ ୮୯ ପ୍ରତିଯୋଗୀ ଭାଗ ନେଇଛନ୍ତି। ପୁରୁଷ ସିଙ୍ଗଲ୍ସ, ଡବଲ୍ସ, ୧୫, ୧୭ ଓ ୧୯ ବର୍ଷରୁ କମ୍‌ ବାଳକ ବିଭାଗ ମ୍ୟାଚ ଆରମ୍ଭ ହୋଇ ଯାଇଛି। ୪ ଦିନିଆ ଏହି ପ୍ରତିଯୋଗିତାରେ ୧୩ଟି ବିଭିନ୍ନ କାଟେଗୋରିରେ ମୁକାବିଲା ହେବ। ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ସ୍ବିକୃତିପ୍ରାପ୍ତ ଏହି ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ପାଇଁ ୩.୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରଖା ଯାଇଛି। ଉଦ୍‌ଯାପନୀ ଉତ୍ସବରେ ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ ପ୍ରକାଶ କରାଯାଇଛି। ଅନୁଗୋଳ-ସୁକିନ୍ଦା ରେଲଓ୍ବେ ଏମ୍‌ଡି ଦିଲୀପ ସାମନ୍ତରାୟ ଓ ଫାଲକନ ମାରାଇନର ପ୍ରତିଷ୍ଠାତା ଅଧ୍ୟକ୍ଷ ତାରାରଞ୍ଜନ ପଟ୍ଟନାୟକ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆସୋସିଏଶନ ସଭାପତି ପୃଥ୍ବୀବଲ୍ଲଭ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ବିବେକାନନ୍ଦ ମିଶ୍ର, ଉପସଭାପତି କମଳଲୋଚନ ମହାନ୍ତି, ସାଧାରଣ ସମ୍ପାଦକ ଚଣ୍ଡି ପ୍ରସାଦ ଦାସ, ବିକ୍ରମ କେଶରୀ ମହାନ୍ତି ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri