ନାଉଗାଁ ବ୍ଲକରେ ମିଳିତ ଜନଶୁଣାଣି ୮୯ ଅଭିଯୋଗ, ୮ ତ୍ୱରିତ ସମାଧାନ

ନାଉଗାଁ ,୧୪।୧ (ସ୍ବ.ପ୍ର.):ନାଉଗାଁ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମୋଟ ୮୯ ଅଭିଯୋଗ ହୋଇଥିବା ବେଳେ ସେଥିରୁ ୮ଟିର ସଙ୍ଗେସଙ୍ଗେ ସମାଧାନ କରାଯାଇଥିଲା। ଅଭିଯୋଗଗୁଡ଼ିକ ମଧ୍ୟରେ ଆଧାର କେନ୍ଦ୍ର ବନ୍ଦ ଥିବାରୁ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ତୁରନ୍ତ ଏହାକୁ ଖୋଲିବା ପାଇଁ ପୂର୍ବତନ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ବେଣୁଧର ସ୍ବାଇଁ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗ ଶୁଣିବା ପରେ ଜିଲାପାଳ ସଙ୍ଗେ ସଙ୍ଗେ ଉକ୍ତ ବିଭାଗ ସହ କଥା ହେବା ସହିତ ଯଥାଶୀଘ୍ର ଉକ୍ତ ବ୍ଳକରେ ଆଧାର କେନ୍ଦ୍ର ଖୋଲିବା ପାଇଁ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ସେହିପରି ବ୍ଲକ ଛକଠାରେ ଥିବା ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରେ ଅଧିକ ଦାମରେ ମଦ ବିକ୍ରି ହେଉଥିବା ନେଇ ଅଭିଯୋଗ କରିଥିଲେ। ନନ୍ଦିଗ୍ରାମରେ ସରକାରୀ ଯୋଜନା ବିଫଳ ପ୍ରସଙ୍ଗରେ ଦିଲ୍ଲୀପ୍‌ କୁମାର ପାଢୀ ଅଭିଯୋଗ କରିଥିଲେ। ନାଉଗଁା ସ୍ବାସ୍ଥ୍ୟକେନ୍ଦ୍ରରେ ନିର୍ମାଣାଧୀନ ପାଇଖାନା ନିମ୍ନମାନର ହେଉଥିବା ବେଳେ ତୁରନ୍ତ ଏହାର ତଦନ୍ତ କରିବା ପାଇଁ ପ୍ରଦୋଷ ମହାନ୍ତି ଅଭିଯୋଗ କରିଥିଲେ। ସେହିପରି ଅଲଣା ପଞ୍ଚାୟତର ବେଣାପଡ଼ା-ମୁଣ୍ଡାଳ ରାସ୍ତା ଦୀର୍ଘ ଦିନ ହେବ ଖାଲଖମାରେ ଭର୍ତ୍ତି ହୋଇଥିବା ବେଳେ ତୁରନ୍ତ ମରାମତି କରିବା ପାଇଁ ତ୍ରିନାଥ ମହାନ୍ତି, ଫକୀର ମୋହନ ମହାନ୍ତି ପ୍ରମୁଖ ଅଭିଯୋଗ କରିଥିଲେ। ଏହି ଅବସରରେ ଓଷକଣା ଗ୍ରାମର ଭିନ୍ନକ୍ଷମ ତପନ ବାରିକଙ୍କୁ ଜିଲାପାଳ ଟ୍ରାଇସାଇକେଲ ପ୍ରଦାନ କରିଥିଲେ। ଶିବିରରେ ୮ଟି ଅଭିଯୋଗର ତ୍ୱରିତ୍‌ ସମାଧାନ ହୋଇଥିବା ବେଳେ ଅନ୍ୟ ଗୁଡ଼ିକର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି, ଉପ ଜିଲାପାଳ ମହେନ୍ଦ୍ର ପ୍ରସାଦ ମହାନ୍ତି, ଏସ୍‌ଡିପିଓ ବିଶ୍ୱନାଥ ମିଶ୍ର, ବିଡିଓ ରଶ୍ମିରେଖା ମଲିକ, ତହସିଲଦାର ଜେ.କଳ୍ପନା, ବ୍ଲକ ଅଧ୍ୟକ୍ଷ ଜଗନ୍ନାଥ ଦାସଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?