ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ: ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ

ତିର୍ତ୍ତୋଲ,୧୧ା୧୨(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତୁଳଙ୍ଗ ପଞ୍ଚାୟତ ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଶ୍ରେଣୀଗୃହର କାନ୍ଥରେ ଫାଟ ସୃଷ୍ଟିହେବା ସହ ଖୁଣ୍ଟଗୁଡିକର ମୂଳ ଖାଇଗଲାଣି। କବାଟ, ଝରକା ଭାଙ୍ଗିରୁଜିଯାଇଛି। ଫଳରେ ଏହା ପାଠ ପଢାଇବା ନିମନ୍ତେ ଅନୁପଯୁକ୍ତ ହୋଇପଡିଛି। ଶ୍ରେଣୀଗୃହ କାନ୍ଥରେ ଏହିଘର ବିପଦପୂର୍ଣ୍ଣ ବୋଲି ସୂଚନା ଦିଆଯାଇଛି। ହେଲେ ବିଦ୍ୟାଳୟ ପରିସରରେ ଥିବା ଏହି ବିପଦସଙ୍କୁଳ ଶ୍ରେଣୀଗୃହ ପାଖଦେଇ ଛୋଟପିଲାମାନେ ଯିବାଆସିବା କରୁଛନ୍ତି। ବିଦ୍ୟାଳୟ ଖେଳକୁଦ ସମୟରେ ପିଲାମାନେ ମଧ୍ୟ ଏହାର ବାରଣ୍ଡା ମଧ୍ୟକୁ ଚାଲିଯାଉଛନ୍ତି। ବିଦ୍ୟାଳୟରେ ପଢୁଥିବା ପିଲାଙ୍କ ପ୍ରତି ଏହି ଶ୍ରେଣୀଗୃହ ବିପଦର କାରଣ ଭାବରେ ଠିଆହୋଇଛି। ତେଣୁ ଏହି ଗୃହକୁ ଭାଙ୍ଗିବା ପାଇଁ ଅଭିଭାବକ ଏବଂ ଗ୍ରାମବାସୀ ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ବିଡିଓ ରଞ୍ଜନ କୁମାର ପରିଡା ଅଭିଯୋଗ ପାଇବା ପରେ ବିଦ୍ୟାଳୟ ପରିଦର୍ଶନରେ ଯାଇ ସ୍ଥିତି ଅନୁଧ୍ୟାନ କରି ଶ୍ରେଣୀଗୃହକୁ ଭାଙ୍ଗିବା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ନିର୍ଦ୍ଦେଶକୁ ବହୁ ଦିନ ବିତିଯାଇଥିଲେ ମଧ୍ୟ ଏହି ବିପଦସଙ୍କୁଳ ଘର ଭଙ୍ଗାଯିବା ସମ୍ଭବ ହୋଇନାହିଁ। ଫଳରେ ଏହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଶୀଘ୍ର ଏହି ବିପଦସଙ୍କୁଳ ଶ୍ରେଣୀଗୃହ ଭାଙ୍ଗିବା ଦିଗରେ ପ୍ରଶାସନ ଦୃଷ୍ଟି ଦେବାକୁ ଅଭିଭାବକମାନେ ନିବେଦନ କରିଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଜ୍ୟୋସ୍ନାରାଣୀ ବିଶ୍ୱାଳଙ୍କୁ ପଚାରିବାରୁ ବିଦ୍ୟାଳୟରେ ଦୀର୍ଘମାସ ହେବ ପରିଚାଳନା କମିଟି ନ ଥିଲା। ଏହି ଘର ଭାଙ୍ଗିବା ନିମନ୍ତେ କମିଟିର ଅନୁମତି ନେବାର ଆବଶ୍ୟକତା ଥିବାରୁ ଏହା ସମ୍ଭବ ହୋଇପାରି ନ ଥିଲା। ନିକଟରେ କମିଟି ଗଠନ କରାଯାଇଛି। ତେଣୁ ଖୁବ୍‌ଶୀଘ୍ର ଏହି ବିପଦସଙ୍କୁଳ ଅବସ୍ଥାରେ ଥିବା ଶ୍ରେଣୀଗୃହ ଭାଙ୍ଗିବା ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଏବେ ଦେଖିବାକୁ ଅପେକ୍ଷା କେବେ ଏହି ବିପଦସଙ୍କୁଳ ଶ୍ରେଣୀଗୃହ ଭଙ୍ଗାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?