Posted inଜାତୀୟ

ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ: ଜାମିଆରେ ପୋଲିସ-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ

ନୂଆଦିଲ୍ଲୀ,୧୩।୧୨: ନାଗରିକତା ସଂଶୋଧନ ବିଲ୍‌(ସିଏବି)କୁ ନେଇ ଦେଶ ସାରା ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହି ବିରୋଧର ନିଆଁ ଉତ୍ତରପୂର୍ବ ରାଜ୍ୟ ପରେ ଏବେ ଦିଲ୍ଲୀରେ ଦେଖିବାକୁ ମିଳିଛି। ଶୁକ୍ରବାର ସିଏବିକୁ ବିରୋଧ କରି ଜାମିଆ ମିଲ୍ଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜରାସ୍ତାକୁ ଓହ୍ଲାଇ ବିରୋଧ ପ୍ରଦର୍ଶନ କରିଥିଲେ। ଏଥିସହ କେନ୍ଦ୍ର ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ବିଶ୍ୱବିଦ୍ୟାଳୟ କ୍ୟାମ୍ପସଠାରୁ ସଂସଦ ଭବନ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ସିଏବି ବିରୋଧରେ ଏକ ଶୋଭାଯାତ୍ରା ଆୟୋଜନ କରିଥିଲେ। ହେଲେ କ୍ୟାମ୍ପସ ସମ୍ମୁଖରେ ହିଁ ପୁଲିସ ସେମାନଙ୍କୁ ଅଟକାଇବା ସହ କିଛି ଆନ୍ଦୋଳନ ଛାତ୍ରଙ୍କୁ ଅଟକ ରଖିଥିଲା। ଯାହାକୁ ନେଇ ଉଭୟଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ଆରମ୍ଭ ହୋଇଥିଲା। ଛାତ୍ରୀଛାତ୍ରମାନେ ପୋଲିସଙ୍କ ଉପରେ ଟେକା ପଥର ମାଡ଼ କରିଥିଲେ। ଏହାପରେ ପରିସ୍ଥିତି ଅଣାୟତ ହେବାରୁ ପୋଲିସ ସେମାନଙ୍କ ଉପରେ ଲାଠିଚାର୍ଜ କରିବା ସହ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଥିଲା। ଏଥିରେ ୩ଜଣ ପୋଲିସକର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ହୋଲି ଫାମିଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri