Posted inଜାତୀୟ

ନାଗରିକତ୍ୱ ପ୍ରକ୍ରିୟାକୁ ବର୍ଜନ ପାଇଁ ଶପଥ

ନୂଆଦିଲ୍ଲୀ,୨ା୧: ନାଗରିକତ୍ୱ ପ୍ରକ୍ରିୟାକୁ ବର୍ଜନ କରିବା ଲାଗି ନୂଆବର୍ଷ ଅବସରରେ ନୂଆଦିଲ୍ଲୀର ଇଣ୍ଡିଆ ଗେଟ୍‌ ନିକଟରେ ଶତାଧିକ ବିକ୍ଷୋଭକାରୀ ଗଣଶପଥ ନେଇଛନ୍ତି। ସେମାନେ ସଂଶୋଧିତ ନାଗରିକତ୍ୱ ଆଇନ ଏବଂ ଜାତୀୟ ନାଗରିକ ପଞ୍ଜିକା ବିରୋଧରେ ସ୍ଲୋଗାନ ଦେଇଥିଲେ। ବିକ୍ଷୋଭକାରୀଙ୍କ ଭିଡ଼ ଯୋଗୁ ଇଣ୍ଡିଆ ଗେଟ୍‌ ନିକଟରେ ଟ୍ରାଫିକ ସମସ୍ୟା ଦେଖାଦେଇଥିଲା। ଭିଡ଼ କମାଇବା ପାଇଁ ଉକ୍ତ ଅଞ୍ଚଳରେ ଥିବା ୫ଟି ମେଟ୍ରୋ ଷ୍ଟେଶନ ବନ୍ଦ ରହିଥିଲା। କେନ୍ଦ୍ରୀୟ ସଚିବାଳୟ, ଉଦ୍ୟୋଗ ଭବନ, ପ୍ରଗତି ମଇଦାନ, ଖାନ୍‌ ମାର୍କେଟ ଏବଂ ମଣ୍ଡି ହାଉସ୍‌ ଷ୍ଟେଶନର ପ୍ରବେଶ ଓ ପ୍ରସ୍ତାନ ଗେଟ୍‌କୁ ବନ୍ଦ କରିଦିଆଯାଇଥିଲା। ଦିଲ୍ଲୀର ଅନ୍ୟ ଦୁଇଟି ସ୍ଥାନରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶାହିନ ବାଗ୍‌ରେ କେବଳ ମହିଳାମାନେ ବିକ୍ଷୋଭ କରିଥିବାବେଳେ ନାଗରିକ ସଂଗଠନ ପକ୍ଷରୁ ପାର୍ଲାମେଣ୍ଟ ରୋଡ଼ର କନ୍‌ଷ୍ଟିଚ୍ୟୁଶନ କ୍ଲବ୍‌ ନିକଟରେ ବିକ୍ଷୋଭ ହୋଇଥିଲା। ସମ୍ବିଧାନର ସୁରକ୍ଷା ନୂଆବର୍ଷର ସଂକଳ୍ପ ବୋଲି ଜଣେ ବିକ୍ଷୋଭକାରୀ କହିଛନ୍ତି।

ଏଏପି-ଭାଜପା ବାକ୍‌ଯୁଦ୍ଧ

ଦିଲ୍ଲୀରେ ବୁଧବାର ସିଏଏ ବିରୋଧୀ ବିକ୍ଷୋଭ ପୁଣି ଜୋର୍‌ ଧରିଥିବାବେଳେ ଏହାକୁ ନେଇ ଏଏପି ଏବଂ ଭାଜପା ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭ୍‌ଡେକର ଗତ ମାସରେ ଦିଲ୍ଲୀରେ ହୋଇଥିବା ସିଏଏ ବିରୋଧୀ ହିଂସା ଲାଗି ଏପିକୁ ଦୋଷ ଦେଇଛନ୍ତି। କଂଗ୍ରେସ ସହ ଏହି ଦଳ ମିଶି ରାଜଧାନୀର ବାତାବରଣ ନଷ୍ଟ କରୁଛି। ଏଏପି ବିଧାୟକ ଅମନାତୁଲ୍ଲା ଖାନ୍‌ ଦଙ୍ଗା ଲାଗି ଉସୁକାଉଥିବା ଜାଭ୍‌ଡେକର ଅଭିଯୋଗ କରିଛନ୍ତି। ପ୍ରକାଶଥାଉ କି, ଗତ ଡିସେମ୍ବରରେ ଦିଲ୍ଲୀରେ ଏହି ଘଟଣାକୁ ନେଇ ସିରିଜ୍‌ ହିଂସାକାଣ୍ଡ ସହ ବ୍ୟାପକ ଗାଡ଼ି ପୋଡ଼ାଯାଇଥିଲା। ଅନ୍ୟପକ୍ଷରେ ଏଏପି ପକ୍ଷରୁ ଭାଜପାକୁ ଏଥିଲାଗି ଦୋଷାରୋପ କରାଯାଇଛି। କେନ୍ଦ୍ରର ଭୁଲ୍‌ ନୀତି ଯୋଗୁ ଏଭଳି ଘଟୁଥିବା ଦଳ ପକ୍ଷରୁ କୁହାଯାଇଛି। ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଖବରଦାତା ସମ୍ମିଳନୀରେ କହିଛନ୍ତି, ଦେଶରେ କେଉଁ ଦଳ ହିଂସାକାଣ୍ଡ ଓ ଦଙ୍ଗା ସୃଷ୍ଟିକରୁଛି, ତାହା କାହାକୁ ଅଛପା ନାହିଁ । ଏଏପି ଦଙ୍ଗାରେ ବିଶ୍ୱାସ କରେନି, ଭୋଟ ଲାଗି ଭାଜପା ଏଭଳି ଅଭିଯୋଗ ଆଣି ଲୋକଙ୍କୁ ବିଭ୍ରାନ୍ତ କରୁଛି ବୋଲି ସେ ପ୍ରକାଶ କରିଛନ୍ତି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଦୁଇ ଦଳ ମଧ୍ୟରେ ଆକ୍ଷେପ ପ୍ରତ୍ୟାକ୍ଷେପ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ…

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?