Posted inଜାତୀୟ

ନାଗରିକତ୍ୱ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୫ା୧୨(ପି.ଟି.): ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍‌କୁ ବୁଧବାର କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଫଳରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ କରିବା ଲାଗି ପଥ ପରିଷ୍କାର ହୋଇଯାଇଛି। ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରେ ଧର୍ମୀୟ ଉତ୍ପୀଡ଼ନର ସମ୍ମୁଖୀନ ହୋଇ ଭାରତରେ ରହିଥିବା ଅଣମୁସଲମାନ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ କରିବା ଏହି ବିଲ୍‌ର ଉଦ୍ଦେଶ୍ୟ। ଏହା ପକ୍ଷପାତମୂଳକ ଓ ଏହା ପଛରେ ସାମ୍ପ୍ରଦାୟିକତା ମନୋଭାବ ରହିଥିବା ବିରୋଧୀ ଦଳଗୁଡ଼ିକ ସମାଲୋଚନା କରିଛନ୍ତି। ଭାରତରେ ରହୁଥିବା ଅଣମୁସଲମାନ, ମୁଖ୍ୟତଃ ହିନ୍ଦୁ ଶରଣାର୍ଥୀମାନଙ୍କୁ ଏନ୍‌ଆର୍‌ସିରୁ ସୁରକ୍ଷା ଦେବା ପାଇଁ ଏହା ଭାଜପାର ଆଦର୍ଶଗତ ପ୍ରକଳ୍ପର ଏକ ମୁଖ୍ୟ ଅଂଶ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି।
ଭାରତର ତଥା ପ୍ରତ୍ୟେକଙ୍କର ସ୍ବାର୍ଥର ସୁରକ୍ଷା କରୁଛନ୍ତି ବୋଲି ବୈଠକ ପରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ଗଣମାଧ୍ୟମକୁ କହିଥିଲେ। ବହୁସଂଖ୍ୟାରେ ଶରଣାର୍ଥୀ ବସବାସ କରୁଥିବା ଉତ୍ତରପୂର୍ବାଞ୍ଚଳର ବିଭିନ୍ନ ସଂଗଠନ ବିଲ୍‌କୁ ବିରୋଧ କରୁଥିବା ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ତେବେ ନାଗରିକତ୍ୱ ବିଲ୍‌ ରାଷ୍ଟ୍ରର ସ୍ବାର୍ଥ ଉଦ୍ଦେଶ୍ୟରେ ହୋଇଥିବାରୁ ଏହାକୁ ଲୋକେ ସ୍ବାଗତ କରିବେ ବୋଲି ସେ କହିଥିଲେ। ଆଗାମୀ ଦୁଇଦିନ ମଧ୍ୟରେ ସରକାର ଉକ୍ତ ବିଲ୍‌କୁ ପାର୍ଲାମେଣ୍ଟରେ ଆଗତ କରିବା ସହ ଗୃହୀତ କରାଇବା ଲାଗି ଉଦ୍ୟମ କରିବେ ବୋଲି ଜଣାପଡିଛି।
କଂଗ୍ରେସ, ତୃଣମୂଳ କଂଗ୍ରେସ ଏବଂ ସିପିଏମ୍‌ ପ୍ରଭୃତି ଦଳ ସମାଲୋଚନା କରିଛନ୍ତି। ଏହା ଭାରତର ମୂଳ ଚିନ୍ତାଧାରାର ଉଲ୍ଲଂଘନ ବୋଲି ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କହିଛନ୍ତି। ନାଗରିକତ୍ୱ ଲାଗି ଧର୍ମକୁ ଏକ କାରଣ ଭାବେ ଗ୍ରହଣ କରାଯାଇପାରିବ ନାହିଁ । ଧର୍ମ ଆଧାରରେ ଜାତୀୟତା ନିର୍ଣ୍ଣୟ କରିବା ପାକିସ୍ତାନୀ ଚିନ୍ତାଧାରା। ଯେଉଁମାନେ ଏଭଳି ଚିନ୍ତାଧାରା ପୋଷଣ କରୁଛନ୍ତି ସେମାନେ ପାକିସ୍ତାନ ସୃଷ୍ଟି କରିବାକୁ ଚାହୁଁଥିବା ଥରୁର କହିଥିଲେ। ଏଭଳି ବିଲ୍‌ ସମ୍ବିଧାନ ବିରୋଧୀ ବୋଲି ସିପିଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri