ନାଗରିକତ୍ୱ ସଂଶୋଧନ ଆଇନ ପ୍ରତ୍ୟାହାର ଦାବି:ଓଡ଼ିଶାରେ ତେଜିଲା ବିରୋଧର ସ୍ବର

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ (ଏନ୍‌ଆରସି) ବିରୋଧୀ ଆନ୍ଦୋଳନ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଛି। ଆସାମ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ଦିଲ୍ଲୀ ସମେତ ଦେଶର ବିଭିନ୍ନ ପ୍ରାନ୍ତରରେ ହିଂସା ଲାଗି ରହିଥିବାବେଳେ ଓଡ଼ିଶାରେ ପ୍ରତିବାଦର ସ୍ବର ତେଜିବାରେ ଲାଗିଛି। ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସଂଖ୍ୟାଲଘୁ ସମ୍ପ୍ରଦାୟ ରାସ୍ତାକୁ ଓହ୍ଲାଇଛି। ଦୁଇଦିନ ତଳେ ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଇଥିଲେ। ଗୁରୁବାର ମଧ୍ୟ ରାଜ୍ୟ ବ୍ୟାପୀ ସିଏଏ ବିରୋଧୀ ଆନ୍ଦୋଳନ ଦେଖିବାକୁ ମିଳିଥିଲା। ରାଜଧାନୀର ଲୋୟର ପିଏମ୍‌ଜିରେ ବାମପନ୍ଥୀ ଦଳ ଓ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କଟକ ସାଲେପୁରରେ ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ବିରୋଧ କରାଯାଇଥିଲା। ରାୟଗଡାରେ ସିପିଆଇ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ କରାଯାଇଥିଲା। ସେହିଭଳି ରାଉରକେଲା ଉଦିତ ନଗର ଆମ୍ବେଦକର ଛକରେ ସିପିଆଇ, ସିପିଆଇ(ଏମ୍‌) ଏବଂ ସିପିଆଇ(ଏମ୍‌ଏଲ)ର ସଦସ୍ୟମାନେ ଧାରଣାରେ ବସି ପ୍ରତିବାଦ ଜଣାଇଥିଲେ।
ସିପିଆଇ, ସିପିଆଇ(ଏମ୍‌), ସିପିଆଇ(ଏମ୍‌) ଲିବରେଶନ, ସିପିଆଇଏମ୍‌ଏଲ୍‌ ରେଡ୍‌ଷ୍ଟାର୍‌ ଓ ଫରଓ୍ବାର୍ଡ ବ୍ଲକ୍‌ ପକ୍ଷରୁ ଭୁବନେଶ୍ୱରଠାରେ ଅନୁଷ୍ଠିତ ସିଏଏ ବିରୋଧୀ ଶୋଭାଯାତ୍ରା ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ଲୋୟର ପିଏମ୍‌ଜିରେ ପହଞ୍ଚତ୍ବା ପରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସିପିଆଇ(ଏମ୍‌)ର ବରିଷ୍ଠ ନେତା ଜନାର୍ଦ୍ଦନ ପତି, ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ କ୍ଷୀରୋଦ କୁମାର ସିଂଦେଓ, ସିପିଆଇ(ଏମ୍‌) ଲିବରେଶନର ରାଜ୍ୟ ନେତା ମହେନ୍ଦ୍ର ପରିଡା, ଫର୍‌ଓ୍ବାର୍ଡ ବ୍ଲକର ଯୁବନେତା ନାରାୟଣ ଡାଳୁଅ ପ୍ରମୁଖ ସିଏଏ ବିରୋଧରେ ଗର୍ଜିଥିଲେ। ସିପିଆଇ(ଏମ୍‌)ର ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ ସୁରେଶ ପାଣିଗ୍ରାହୀ କହିଛନ୍ତି, ସିଏଏ ଆମ ସମ୍ବିଧାନର ମୌଳିକ ଢାଞ୍ଚାକୁ ବିରୁଦ୍ଧାଚରଣ କରୁଛି। ଧର୍ମ ନାମରେ ବିଦେଶୀ ଶରଣାର୍ଥୀଙ୍କୁ ଭାରତର ନାଗରିକତ୍ୱ ଦେବା ଓ ମୁସଲମାନଙ୍କୁ ବାଦ୍‌ଦେବା ସମ୍ବିଧାନ ଓ ଧର୍ମ ନିରପେକ୍ଷତାକୁ ଜଳାଞ୍ଜଳି ଦିଆଯାଇଛି। ଯେଉଁଭଳି ଭାବେ ଉଭୟ ଗୃହରେ ବିଲ୍‌କୁ ପାସ୍‌ କରାଯାଇଛି ତାହା ସମ୍ବିଧାନ ବିରୋଧୀ। ତେଣୁ ତୁରନ୍ତ ଏହି ଆଇନକୁ ପ୍ରତ୍ୟାହାର କରାଯାଉ ବୋଲି ସେ ଦାବି କରିଛନ୍ତି।
ଅନ୍ୟପକ୍ଷରେ ଗୁରୁବାର ରାତିରେ ରାଜଧାନୀର ବିଭିନ୍ନ କଲେଜରେ ପଢୁଥିବା ଛାତ୍ରୀଛାତ୍ର, ଯୁବବର୍ଗ ଓ ମହିଳା ଆନ୍ଦୋଳନକୁ ଓହ୍ଲାଇଥିଲେ। ୧୯୪୭ରୁ ଜନ୍ମ ନେଇଥିବା ଭାରତର ସମ୍ବିଧାନ ୨୦୧୯ରେ ମୃତ୍ୟୁ ଘଟିଥିବା ଦର୍ଶାଇ କଫିନରେ କ୍ୟାଣ୍ଡେଲ ଲଗାଇ ଛାତ୍ରୀଛାତ୍ରମାନେ ଅଭିନବ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ରିହାନ ନାମକ ଯୁବକ କହିଛନ୍ତି, ଅନ୍ୟ ଦେଶରୁ ଆସି ଆଶ୍ରୟ ନେଉଥିବା ଶରଣାର୍ଥୀଙ୍କୁ ନାଗରିକତା ଦେବା ଠିକ୍‌ ଅଛି। କିନ୍ତୁ ମୁସଲମାନଙ୍କୁ କ’ଣ ପାଇଁ ଅଣଦେଖା କରାଗଲା ବୋଲି ପ୍ରଶ୍ନ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri