Posted inଖେଳ

ନାଗଲଙ୍କୁ ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌

ବୁଏନ୍ସ ଆୟାର୍ସ(ଆର୍ଜେଣ୍ଟିନା),୩୦।୯: ଏଠାରେ ଚାଲିଥିବା ଏଟିପି ଚ୍ୟାଲେଞ୍ଜର କ୍ଲେ କୋର୍ଟ ଇଭେଣ୍ଟରେ ଟାଇଟଲ ହାସଲ କରିବା ପରେ ଭାରତୀୟ ଉଦୀୟମାନ ଟେନିସ ଖେଳାଳି ସୁମିତ ନାଗଲ ସୋମବାର କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌ ହାତେଇଛନ୍ତି। ପୂର୍ବ ଅପେକ୍ଷା ୨୬ ସ୍ଥାନ ଉପରକୁ ଉଠି ୧୩୫ତମ ମାନ୍ୟତା ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ନାଗଲ ଘରୋଇ ଖେଳାଳି ଫାକୁନ୍‌ଡୋ ବାଗ୍‌ନିସଙ୍କୁ ୬-୪, ୬-୨ ସେଟ୍‌ରେ ହରାଇଥିଲେ। ମ୍ୟାଚ୍‌ ଜିତିବା ପାଇଁ ଭାରତୀୟ ଖେଳାଳିଙ୍କୁ ୩୭ ମିନିଟ୍‌ ଲାଗିଥିଲା। ଏହା ତାଙ୍କ କ୍ୟାରିୟରର ଦ୍ୱିତୀୟ ଚ୍ୟାଲେଞ୍ଜର ଟ୍ରଫି ଥିଲା। ସେ ପ୍ରଥମ ଟାଇଟଲ ୨୦୧୭ରେ ବେଙ୍ଗାଲୁରୁ ଚ୍ୟାଲେଞ୍ଜ ଇଭେଣ୍ଟରେ ପାଇଥିଲେ। ଉଲ୍ଲେଖଥାଉ କି, ୨୨ ବର୍ଷୀୟ ନାଗଲ ଚଳିତବର୍ଷ କ୍ୟାରିୟରରେ ପ୍ରଥମ ଥର ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିଥିଲେ। ସେ ଅଷ୍ଟ୍ରେଲିଆନ ଓପନର ପ୍ରଥମ ରାଉଣ୍ଡରେ ରୋଜର ଫେଡରରଙ୍କଠାରୁ ହାରିଥିଲେ। କିନ୍ତୁ ମ୍ୟାଚ୍‌ର ପ୍ରଥମ ସେଟ୍‌ରେ ଫେଡରରଙ୍କୁ ହରାଇଥିଲେ ନାଗଲ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri