Posted inଖେଳ

ନାଗଲଙ୍କୁ ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌

ବୁଏନ୍ସ ଆୟାର୍ସ(ଆର୍ଜେଣ୍ଟିନା),୩୦।୯: ଏଠାରେ ଚାଲିଥିବା ଏଟିପି ଚ୍ୟାଲେଞ୍ଜର କ୍ଲେ କୋର୍ଟ ଇଭେଣ୍ଟରେ ଟାଇଟଲ ହାସଲ କରିବା ପରେ ଭାରତୀୟ ଉଦୀୟମାନ ଟେନିସ ଖେଳାଳି ସୁମିତ ନାଗଲ ସୋମବାର କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌ ହାତେଇଛନ୍ତି। ପୂର୍ବ ଅପେକ୍ଷା ୨୬ ସ୍ଥାନ ଉପରକୁ ଉଠି ୧୩୫ତମ ମାନ୍ୟତା ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ନାଗଲ ଘରୋଇ ଖେଳାଳି ଫାକୁନ୍‌ଡୋ ବାଗ୍‌ନିସଙ୍କୁ ୬-୪, ୬-୨ ସେଟ୍‌ରେ ହରାଇଥିଲେ। ମ୍ୟାଚ୍‌ ଜିତିବା ପାଇଁ ଭାରତୀୟ ଖେଳାଳିଙ୍କୁ ୩୭ ମିନିଟ୍‌ ଲାଗିଥିଲା। ଏହା ତାଙ୍କ କ୍ୟାରିୟରର ଦ୍ୱିତୀୟ ଚ୍ୟାଲେଞ୍ଜର ଟ୍ରଫି ଥିଲା। ସେ ପ୍ରଥମ ଟାଇଟଲ ୨୦୧୭ରେ ବେଙ୍ଗାଲୁରୁ ଚ୍ୟାଲେଞ୍ଜ ଇଭେଣ୍ଟରେ ପାଇଥିଲେ। ଉଲ୍ଲେଖଥାଉ କି, ୨୨ ବର୍ଷୀୟ ନାଗଲ ଚଳିତବର୍ଷ କ୍ୟାରିୟରରେ ପ୍ରଥମ ଥର ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିଥିଲେ। ସେ ଅଷ୍ଟ୍ରେଲିଆନ ଓପନର ପ୍ରଥମ ରାଉଣ୍ଡରେ ରୋଜର ଫେଡରରଙ୍କଠାରୁ ହାରିଥିଲେ। କିନ୍ତୁ ମ୍ୟାଚ୍‌ର ପ୍ରଥମ ସେଟ୍‌ରେ ଫେଡରରଙ୍କୁ ହରାଇଥିଲେ ନାଗଲ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri