Posted inଜାତୀୟ

ନାଗସାପକୁ ବିବାହ କରିବା ପାଇଁ ଅଡ଼ି ବସିଛି ନାବାଳିକା

ରାୟପୁର,୨୬।୬: ଭାରତରେ ଡିଜିଟାଲ ଯୁଗ ଆରମ୍ଭ ହୋଇସାରିଛି। ଗୋଟିଏ ପରେ ଦେଶ ମହାକାଶ ଗବେଷଣା କ୍ଷେତ୍ରରେ ଶ୍ରେଷ୍ଠତ୍ୱ ହାସଲ କରୁଥିବାବେଳେ ଅପରପକ୍ଷରେ ଏବେ ମଧ୍ୟ ସମାଜରେ କୁସଂସ୍କାର ଜାରି ରହିଛି। ଏହାର ଏକ ସଦ୍ୟତମ ଉଦାହରଣ ଛତିଶଗଡ଼ରେ ଦେଖିବାକୁ ମିଳିଛି। ସ୍ଥାନୀୟ ବଳରାମପୁର ଜିଲା ଅନ୍ତର୍ଗତ କନକପୁର ଗାଁରେ ଦୁର୍ଗାବତୀ ନାମକ ଜଣେ ନାବାଳିକା ନାଗସାପକୁ ବିବାହ କରିବାକୁ ଅଡ଼ି ବସିଛି। ନାଗଦେବତା ସ୍ବପ୍ନରେ ଆସି ତା ମୁଣ୍ଡରେ ସିନ୍ଦୂର ଲଗାଇଥିବା ସେ କହୁଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜାରି ରହିଛି। ଏଠାରେ ବାସ କରୁଥିବା କେଳା ସମ୍ପ୍ରଦାୟରେ ଏଭଳି ପରମ୍ପରା ପ୍ରଚଳିତ ବୋଲି ସ୍ଥାନୀୟ ଲୋକେ କୁହନ୍ତି। ଏହି ସମ୍ପ୍ରଦାୟର କେତେକ ଝିଅ ନାଗଦେବତାଙ୍କ ପ୍ରତି ନିଜକୁ ସମର୍ପଣ କରିଥାନ୍ତି। ସେମାନେ ନାଗଦେବତାଙ୍କୁ ସ୍ବାମୀ ଭାବେ ଗ୍ରହଣ କରି ଜୀବନସାରା ଏକା ଏକା ରହିଥାନ୍ତି। ଏହାର ଅମାନ୍ୟ କଲେ ନାଗଦେବତାଙ୍କ କୋପ ଦୃଷ୍ଟି ପଡ଼ିଥାଏ ବୋଲି ଏହି ସମ୍ପ୍ରଦାୟର ଲୋକେ ବିଶ୍ୱାସ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri