Posted inଜାତୀୟ

ନାଗାମାନଙ୍କ ସ୍ବତନ୍ତ୍ର ସମ୍ବିଧାନ, ପତାକା ଦାବିକୁ କେନ୍ଦ୍ରର ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ,୨୦ା୧୦: ନାଗାମାନଙ୍କ ଲାଗି ସ୍ବତନ୍ତ୍ର ସମ୍ବିଧାନ ଓ ପତାକା ଦାବିକୁ କେନ୍ଦ୍ର ସରକାର ଅଗ୍ରାହ୍ୟ କରିଦେଇଛନ୍ତି। ଏନ୍‌ଏସ୍‌ସିଏନ୍‌-ଆଇଏମ୍‌ ପକ୍ଷରୁ ଏଥିପାଇଁ ଦାବି ହୋଇଆସୁଥିଲା। ଦୀର୍ଘ ଦଶନ୍ଧି ଧରି ଚାଲିଥିବା ଶାନ୍ତି ପ୍ରକ୍ରିୟା ଅବିଳମ୍ବେ ଶେଷ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ନାଗା ଆଲୋଚନାର ମଧ୍ୟସ୍ଥ ତଥା ନାଗାଲାଣ୍ଡ ରାଜ୍ୟପାଳ ଆର୍‌.ଏନ୍‌. ରବି କହିଛନ୍ତି। ଚିଠା ବୁଝାମଣାରେ ସରକାର ରାଜି ହୋଇଛନ୍ତି ଓ ଖୁବ୍‌ଶୀଘ୍ର ଚୂଡ଼ାନ୍ତ ରାଜିନାମା ସ୍ବାକ୍ଷର ହେବ ବୋଲି ରାଜ୍ୟପାଳ କହିଛନ୍ତି।
ଏଭଳି ସମୟରେ ସମାଧାନ ପ୍ରକ୍ରିୟାକୁ ବିଳମ୍ବିତ କରିବା ଲାଗି ଏନ୍‌ଏସ୍‌ସିଏନ୍‌-ଆଇଏମ୍‌ ଟାଳଟୁଳ ମନୋଭାବ ପୋଷଣ କରିବା ଦୁର୍ଭାଗ୍ୟଜନକ। ବୁଝାମଣାକୁ ବିଳମ୍ବିତ କରିବା ଲାଗି ସେମାନେ ସ୍ବତନ୍ତ୍ର ଜାତୀୟ ପତାକା ଓ ସମ୍ବିଧାନ କଥା କହୁଛନ୍ତି। ଏହା କେବେ ସମ୍ଭବ ନୁହେଁ, ଏକଥା ନାଗାମାନେ ଭଲଭାବେ ଜାଣନ୍ତି ବୋଲି ରାଜ୍ୟପାଳ ଏକ ବିବୃତିରେ କହିଛନ୍ତି। ଏନ୍‌ଏସ୍‌ସିଏନ୍‌-ଆଇଏମ୍‌ର କେତେକ ନେତାଙ୍କ ପ୍ରତିକୂଳ ମନୋଭାବ ସତ୍ତ୍ୱେ ଶୁକ୍ରବାର ରାଜ୍ୟପାଳ କୋହିମାରେ ନାଗା ସୋସାଇଟିର କେତେଜଣ ନେତାଙ୍କ ସହ ଆଲୋଚନା କରିଥିଲେ। ସମସ୍ତ ୧୪ ନାଗା ଜନଜାତିର ନେତାଙ୍କ ସମେତ ଅଣନାଗା ନେତାମାନେ ମଧ୍ୟ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri