Posted inଜାତୀୟ

ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ପତାକା ଦାବି

ଗୌହାଟୀ,୨୫ା୮:ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ସେଠାକାର ପତାକା ରଦ୍ଦ ହୋଇଛି। ଅନ୍ୟପକ୍ଷରେ ଏବେ ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ମାନ୍ୟତା ଓ ପତାକା ଦାବି ଜୋର ଧରିଛି। ସ୍ବତନ୍ତ୍ର ପତାକା ଓ ସ୍ବତନ୍ତ୍ର ସମ୍ବିଧାନ ପାଇଁ କେନ୍ଦ୍ର ରାଜି ନ ହେବା ପର୍ଯ୍ୟନ୍ତ ନାଗା ପ୍ରସଙ୍ଗର ସକାରାତ୍ମକ ସମାଧାନ ସମ୍ଭବ ନୁହେଁ। ନ୍ୟାଶନାଲିଷ୍ଟ ସୋସିଆଲିଷ୍ଟ କାଉନସିଲ ଅଫ୍‌ ନାଗାଲାଣ୍ଡ (ଏନ୍‌ଏସ୍‌ସିଏନ୍‌-ଆଇଏମ୍‌) ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏହା କହିଥିବା ଜଣାପଡିଛି। ଏହି ସଂଗଠନ ୧୯୯୭ରୁ ସରକାରଙ୍କ ସହ ଶାନ୍ତିପୂର୍ଣ୍ଣ ବୁଝାମଣା ଉଦ୍ୟମ କରିଆସୁଛି। ନାଗା ସମସ୍ୟାର ସମାଧାନ ଲାଗି କେନ୍ଦ୍ର ଓ ଏନ୍‌ଏସ୍‌ସିଏନ୍‌-ଆଇଏମ୍‌ ମଧ୍ୟରେ ତିନି ବର୍ଷ ପୂର୍ବରୁ ରାଜିନାମା ସ୍ବାକ୍ଷରିତ ହୋଇଥିଲେ ହେଁ ତାହା ଏପର୍ଯ୍ୟନ୍ତ ଫଳପ୍ରଦ ହୋଇପାରି ନାହିଁ। ସରକାର କାଳକ୍ଷେପଣ ନୀତି ଗ୍ରହଣ କରୁଥିବାରୁ ନାଗା ଜନସାଧାରଣଙ୍କ ମଧ୍ୟରେ ସନ୍ଦେହ ଦେଖାଦେଇଥିବା ନେଇ ଏନ୍‌ଏସ୍‌ସିଏନ୍‌ ଅଧ୍ୟକ୍ଷ କ୍ୟୁ. ଟୁକୁ ଏବଂ ସାଧାରଣ ସମ୍ପାଦକ ଥୁଇଙ୍ଗାଲେଙ୍ଗ୍‌ ମୁଇଭା ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖି ଜଣାଇଛନ୍ତି। ସେମାନଙ୍କର ଦୁଇଟି ମୁଖ୍ୟ ଦାବି ସ୍ବତନ୍ତ୍ର ପତାକା ଓ ସମ୍ବିଧାନ ପାଇଁ ସରକାର ରାଜି ନ ହେବା ପର୍ଯ୍ୟନ୍ତ ନାଗା ପ୍ରସଙ୍ଗର ସମାଧାନ ହୋଇପାରିବ ନାହିଁ। ଏହା ସହ ନାଗାମାନଙ୍କ ଗର୍ବ ଓ ପରିଚୟ ଗଭୀର ଭାବେ ଜଡ଼ିତ ବୋଲି ସେମାନେ ଜଣାଇଥିବା ଏକ ବିବୃତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri