ନାଟକ ‘ଜାଣି ଅଜଣା’ ମାଧ୍ୟମରେ ସଚେତନତା ବାର୍ତ୍ତା

ରୂପ୍‌ସା, ୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲାସ୍ତରୀୟ ଆଶାକର୍ମୀ ଓ ଗାଁ କଲ୍ୟାଣ ସମିତି ସମାବେଶରେ ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆନୁକୂଲ୍ୟରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ ସଚେତନତା ଭିତ୍ତିକ ନାଟକ ‘ଜାଣି ଅଜଣା’ ମଞ୍ଚସ୍ଥ କରାଯାଇଛି। ଏହି ନାଟକ ମାଧ୍ୟମରେ ଡାଇବେଟିସ୍‌, ବ୍ଲଡ଼ପ୍ରେସର, ହାର୍ଟ, କ୍ୟାନସର, କରୋନା ଭାଇରସ, ମାତୃ ଓ ଶିଶୁ ସ୍ବାସ୍ଥ୍ୟ ସମ୍ପର୍କିତ ସଚେତନତା ବାର୍ତ୍ତା ଦିଆଯାଇଛି। ଅବସରପ୍ରାପ୍ତ ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଜଗନ୍ନାଥ ସ୍ବାଇଁଙ୍କ ରଚିତ ତଥା ନିର୍ଦ୍ଦେଶିତ ଏହି ନାଟକର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଓ ମେଡ଼ିକାଲ ଅଫିସର ଡା. ଅସୀତ କୁମାର ପ୍ରଦାନ, ଆଶାକର୍ମୀ ସାବିତ୍ରୀ ପଣ୍ଡା, ରେବତୀ ମହାନ୍ତି, ତିଳୋତ୍ତମା ସେନାପତି, ଶୁଭଶ୍ରୀ ଦାସ, ତନୁଜା ନାୟକ, ସ୍ବାସ୍ଥ୍ୟକର୍ମୀ ଅରୁଣ ନାୟକ, ଦିଲୀପ ସିଂ, ବସନ୍ତ ମଞ୍ଜରୀ ଦାସ ପ୍ରମୁଖ ଅଭିନୟ କରି ସମସ୍ତଙ୍କୁ ସୁସ୍ଥ ନିରୋଗ ଜୀବନଯାପନ ପାଇଁ ଆହ୍ବାନ ଦେଇଥିଲେ।
ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ସତ୍ୟସୁନ୍ଦର ଗୋସ୍ବାମୀ ନାଟକ ସମ୍ବନ୍ଧରେ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଜିଲାପରିଷଦ ଚେୟାରମ୍ୟାନ ନିବେଦିତା ମହାନ୍ତି ଏହି ସମାବେଶକୁ ଉଦ୍‌ଘାଟନ କରିଥିଲେ। ସମ୍ମାନନୀୟ ଅତିଥି ଭାବେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ଡିଇଓ ପ୍ରମୋଦ କୁମାର ଷଡ଼ଙ୍ଗୀ, ଜିଲା ସମାଜ ମଙ୍ଗଳ ଅଧିକାରିଣୀ କୁସୁମମାଳା ଦାସ ଓ ଶ୍ରମ ଅଧିକାରୀ କୁବେର ବେହେରା ପ୍ରମୁଖ ବକ୍ତବ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?