ନାବାଳକ ଅଭିଯୁକ୍ତଙ୍କୁ ନେଇ ମୁହଁ।ମୁହିଁ

ଅନୁଗୋଳ ଅଫିସ, ୭।୫ – କୋଭିଡ୍‌ ମ୍ୟାପ୍‌ରେ ଗ୍ରୀନ୍‌ ଜୋନରେ ଥିବା ଅନୁଗୋଳ ଜିଲାର ବାଳ ସୁଧାର ଗୃହକୁ ରେଡ୍‌ଜୋନ୍‌ ଭଦ୍ରକ ଜିଲାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଆସିଥିବା ଜଣେ ନାବାଳକ ଅଭିଯୁକ୍ତଙ୍କୁ ନେଇ ପୋଲିସ ଓ ବାଳ ସୁଧାର ଗୃହର ସୁପରିଣ୍ଟେଣ୍ଡେଣ୍ଟଙ୍କ ମଧ୍ୟରେ ମୁହଁ।ମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିବା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲାର ସମ୍ପୃକ୍ତ ନାବାଳକ ଅଭିଯୁକ୍ତଙ୍କୁ ଅନୁଗୋଳ ବାଳ ସୁଧାର ଗୃହକୁ ଭଦ୍ରକ ପୋଲିସ ଧରି ଆସିଥିଲା। କିନ୍ତୁ ବାଳ ସୁଧାର ଗୃହର ସୁପରିଣ୍ଟେଣ୍ଡେଣ୍ଟ ନାବାଳକଙ୍କ କୋଭିଡ ପରୀକ୍ଷାର ପ୍ରମାଣପତ୍ର ଖୋଜିଥିଲେ। କିନ୍ତୁ ଭଦ୍ରକ ପୋଲିସ ନାବାଳକ ଜଣଙ୍କ ୧୪ ଦିନିଆ କ୍ବାରାଣ୍ଟାଇନ୍‌ ଶେଷ କରିଥିବା କହିଥିଲେ। ହେଲେ ସୁପରିଣ୍ଟେଣ୍ଡେଣ୍ଟ ଭିତରକୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରି ନ ଥିଲେ। ଖବରପାଇ ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ପହଞ୍ଚି ସୁପରିଣ୍ଟେଣ୍ଡେଣ୍ଟଙ୍କ ସହ କଥା ହୋଇଥିଲେ। କିନ୍ତୁ କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ କରୋନା ସମୟରେ ବାହାର ଜିଲାର ଅଭିଯୁକ୍ତଙ୍କୁ ବାଳ ସୁଧାର ଗୃହରେ ପୂରାଇ ନ ଦେବାକୁ ନିର୍ଦ୍ଦେଶନାମା ଜାରି କରାଯାଇଥିବା ସୁପରିଣ୍ଟେଣ୍ଡେଣ୍ଟ କହିଥିଲେ। ପରେ ନାବାଳକଙ୍କୁ ଧରି ଭଦ୍ରକ ଓ ଅନୁଗୋଳ ପୋଲିସ ଫେରି ଆସିଥିଲା। କିନ୍ତୁ ରାତି ଅଧରେ ପୁଣି ବାଳ ସୁଧାର ଗୃହର ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପରେ ବିଭିନ୍ନ ମହଲରୁ ଚାପ ପକାଯାଇ ନାବାଳକ ଅଭିଯୁକ୍ତଙ୍କୁ ଭିତରେ ଛଡ଼ାଯାଇଥିବା ଚର୍ଚ୍ଚା ହେଉଛି। ସମ୍ପୃକ୍ତ ନାବଳକ ଅଭିଯୁକ୍ତଙ୍କୁ ସିକ୍‌ ରୁମ୍‌ରେ କ୍ବାରାଣ୍ଟାଇନ୍‌ରେ ରଖାଯାଇଛି। ଯୋଗାଯୋଗ ସମ୍ଭବ ନ ହେବାରୁ ଅନୁଗୋଳ ପୋଲିସର ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା...

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri