ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବ୍ରହ୍ମପୁର ଅଫିସ,୩୧ା୮-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗେଟବଜାର ଛକ ନିକଟ ଏକ ଘରୋଇ ହସ୍ପିଟାଲରେ ଜଣେ ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତ ମୃତ ନାବାଳକ ଜଣକ ହେଲେ କେ. ନାଗରାଜ ସେଠୀ। ଅବହେଳା ଓ ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ପୁଅର ମୃତ୍ୟୁ ଘଟିଥିବା ନାଗରାଜଙ୍କ ପରିବାରବର୍ଗ ଅଭିଯୋଗ କରିଛନ୍ତି। ଖବରପାଇ ଥାନାଧିକାରୀ ସୁରେଶ କୁମାର ତ୍ରିପାଠୀ, ଏସଆଇ ସୂର୍ଯ୍ୟଚନ୍ଦ୍ର ପାଢ଼ୀ ଓ ଏସଆଇ ଜ୍ଞାନରଞ୍ଜନ ବେହେରା ଉକ୍ତ ହସ୍ପିଟାଲରେ ପହଞ୍ଚି ଉତ୍ତ୍ୟକ୍ତ ପରିବାର ଲୋକଙ୍କୁ ବୁଝାଶୁଝା କରିବା ସହ କାର୍ଯ୍ୟରତ ଡାକ୍ତର ଓ କର୍ମଚାରୀଙ୍କୁ ଘଟଣା ସମ୍ପର୍କରେ ପଚରାଉଚରା କରିଥିଲା। ମୃତ ନବାଳକଙ୍କ ବାପା କେ.ମାଲେସ ସେଠୀଙ୍କ ଅଭିଯୋଗକ୍ରମେ ପୋଲିସ ନଂ.୧୭୪/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ, ଗେଟବଜାରର କେ.ମାଲେସଙ୍କ ପୁଅ ନାଗରାଜଙ୍କ ତଣ୍ଟିରେ କିଛି ସମସ୍ୟା ଦେଖାଦେବାରୁ ସେ ଖାଇବାରେ ଅସୁବିଧା ଅନୁଭବ କରୁଥିଲେ। ତାଙ୍କ ଚିକିତ୍ସା ପାଇଁ ଗତ ୫/୬ ଦିନ ତଳେ ଉକ୍ତ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ତଣ୍ଟିରେ ଅସ୍ତ୍ରୋପଚାର କରାଯିବାର ଥିଲା। ନାଗରାଜଙ୍କ ଅବସ୍ଥା ଗୁରୁତର ଥିଲେ ମଧ୍ୟ ଡାକ୍ତରମାନେ ଠିକ ଭାବେ ଚିକିତ୍ସା କରି ନ ଥିଲେ। ଯଦ୍ଦ୍ବାରା ପୁଅର ମୃତ୍ୟୁ ଘଟିଲା ବୋଲି ନାଗରାଜଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri