ନାବାଳିକା ଉଦ୍ଧାର, ଅପହରଣକାରୀ କୋର୍ଟ ଚାଲାଣ

ଧର୍ମଶାଳା,୧୬ା୧୦(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଞ୍ଚଳରୁ ଅପହରଣ ହୋଇଥିବା ନାବାଳିକାଙ୍କୁ ସୋମବାର ରାତିରେ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣକାରୀ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ନୂଆଖୁଣ୍ଟା ଗ୍ରାମର ବୁଲୁ ଦଳେଇ। ୨୦୧୭ ଅକ୍ଟୋବର ୧୦ତାରିଖରେ ବୁଲୁ ଉକ୍ତ ନାବାଳିକାଙ୍କୁ ଅପହରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନ.ଂ ୪୧୦/୧୭) ରୁଜୁକରି ତଦନ୍ତ ଚଳାଇଥିଲା। ସୋମବାର ବୁଲୁ ନାବାଳିକାଙ୍କୁ ନେଇ ଘରକୁ ଆସିଥିବା ଖବର ପାଇ ପୋଲିସ ଚଢ଼ାଉ କରି ନାବାଳିକାଙ୍କୁ ଉଦ୍ଧାରକ କରିବା ସହ ବୁଲୁଙ୍କୁ ଗିରଫ କରିଥିଲା। ମଙ୍ଗଳବାର ଧର୍ମଶାଳା ଡାକ୍ତରଖାନାରେ ଉଭୟଙ୍କ ଡାକ୍ତରୀ ମାଇନା କରାଯାଇଥିଲା। ଅଭିଯୁକ୍ତ ବୁଲୁକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ନାବାଳିକାଙ୍କୁ ମାଜିଷ୍ଟ୍ରେଟ୍‌ ନିକଟରେ ହାଜର କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri