Posted inଜାତୀୟ

ନାବାଳିକା ଗଣବଳାତ୍କାର ମାମଲା: ୨ ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ନୂଆଦିଲ୍ଲୀ,୩୧-୧:ଦିଲ୍ଲୀର ଏକ କୋର୍ଟ ନାବାଳିକା(୫) ଗଣବଳାତ୍କାର ମାମଲାରେ ୨ ଦୋଷୀ ମନୋଜ ଶାହା ଓ ପ୍ରଦୀପ କୁମାରଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୩ ଏପ୍ରିଲ ୧୫ରେ ପୂର୍ବ ଦିଲ୍ଲୀର ଗାନ୍ଧୀନଗରରେ ଏହି ଦୁଇ ଯୁବକ ବଳାତ୍କାର ପରେ ନାବାଳିକାର ଗୁପ୍ତାଙ୍ଗରେ କେତେକ ଆପତ୍ତିଜନକ ବସ୍ତୁ ପୂରାଇବା ସହ ସେ ମରିଯାଇଥିବା ଭାବି ପରିତ୍ୟକ୍ତ ଅବସ୍ଥାରେ ଛାଡ଼ି ଚାଲିଯାଇଥିଲେ। ଦୀର୍ଘ ୪୦ ଘଣ୍ଟା ପରେ ପୀଡ଼ିତାଙ୍କୁ ଉଦ୍ଧାର କରାଯାଇ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଘଟଣାର ସପ୍ତାହକ ମଧ୍ୟରେ ବିହାରରୁ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଶୁଣାଣି ଚାଲିଥିଲା। ଏହି ଘଟଣାରେ ଗତ ୧୮ ତାରିଖରେ କୋର୍ଟ ଅଭିଯୁକ୍ତ ମନୋଜ ଶାହା ଓ ପ୍ରଦୀପ କୁମାରଙ୍କୁ ଦୋଷୀ ଭାବେ ଚିହ୍ନଟ କରିଥିଲେ। ଅତିରିକ୍ତ ସେସନ୍ସ ଜଜ୍‌ ନରେଶ୍‌ କୁମାର ମାଲ୍‌ହୋତ୍ରା ଆଇପିସିର ଦଫା ୩୬୩, ୩୪୨, ୨୦୧, ୩୦୪, ୩୭୭, ୩୪ ସହ ପୋକ୍ସୋ ଆଇନରେ ଦୋଷୀ ଦ୍ୱୟଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri