ନାବାଳିକା ଗଣବଳାତ୍କାର, ହତ୍ୟା ଘଟଣା: କଂଗ୍ରେସ ପକ୍ଷରୁ ଟାୟାର ଜାଳି ରାସ୍ତା ଅବରୋଧ

ନବରଙ୍ଗପୁର,୨୬।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବାମୁଣି ପଞ୍ଚାୟତର ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାରେ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ବନ୍ଦପାଳନ କରାଯାଇଛି। ୨୬ନଂ ଜାତୀୟ ରାଜପଥର ମାଝିଗୁଡା ଛକ ନିକଟରେ ଟାୟାର  ଜାଳି ରାସ୍ତା ଅବରୋଧ କରାଯାଇଛି। ଫଳରେ ୧୦ଟି ବ୍ଲକ ଓ ଦୁଇଟି ପୌରାଞ୍ଚଳରେ ଏହା ପ୍ରଭାବ ପକାଇଛି। ଦୋକାନବଜାର ବନ୍ଦ ସହ ଗାଡ଼ିମୋଟର ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ନବରଙ୍ଗପୁର ସହରର ମାଝିଗୁଡ଼ା ଓ ଚାମୁରିଆଗୁଡା ଛକ ନିକଟରେ କଂଗ୍ରେସ କର୍ମୀମାନେ ଅଭିଯୁକ୍ତଙ୍କୁ ଗିରଫ ଦାବି କରିଛନ୍ତି। ପିସିସି କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଓ ଜିଲା କାର୍ଯ୍ୟକାରୀ ସଭାପତି ମୁନା ତ୍ରିପାଠୀଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ଏକତ୍ରିତ ହୋଇ ରାସ୍ତା ବନ୍ଦ କରିଛନ୍ତି। କଂଗ୍ରେସ ଭବନ ନିକଟରେ ଜିଲା ସଭାପତି ତ୍ରିପାଠୀ, ପୂର୍ବତନ ଏମ୍‌ପି ପ୍ରଦୀପ ମାଝି, ଅବଦୁଲ ଫିରୋଜ, ଦିଲ୍ଲୀପ ବେହେରା, ସଂଜୟ ନାୟକ, ପୂର୍ବତନ ବିଧାୟକ ସଦନ ନାୟକ, ନଗର ସଭାପତି ଉତ୍ତମ ତ୍ରିପାଠୀ ପ୍ରମୁଖ ଏହି ବନ୍ଦପାଳନରେ ସାମିଲ ହୋଇଛନ୍ତି। ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri