ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ ହୋଇଛନ୍ତି। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଙ୍ଗିରିପୋଷି ଥାନା କୁମ୍ଭାର ମୁଣ୍ଡାକଟା ଗ୍ରାମର ସୋନୁ ପାତ୍ର (୨୦) । ଟାଉନ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସଦର ଏସ୍‌ଡିପିଓ କେ.ପି ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି।
ପୋଲିସ କହିବା ଅନୁଯାୟୀ, ବାରିପଦା ସହରର ଜଣେ ବ୍ୟକ୍ତିଙ୍କ ଘରେ ସୋନୁ ଭଡ଼ାରେ ରହି ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ସୋମବାର ରାତି ପ୍ରାୟ ୮ଟା ବେଳେ ଉକ୍ତ ଓ୍ବାର୍ଡର ଜଣେ ନାବାଳିକା ତାଙ୍କ ଗାଧୁଆ ଘରେ ଗାଧୋଉଥିଲେ। ଏହି ସମୟରେ ସୋନୁ ଗାଧୁଆ ଘରର ଆଜବେଷ୍ଟ ଛାତକୁ ଚଢି ସେଠାରେ ଥିବା କଣାରେ ନାବାଳିକା ଗାଧୋଇବା ସମୟର ଦୃଶ୍ୟ ନିଜ ମୋବାଇଲରେ ରେକର୍ଡିଂ କରୁଥିଲେ। ନାବାଳିକା ଏହା ଜାଣିପାରି ପାଟି କରିଥିଲେ। ପରିବାର ଓ ପଡ଼ୋଶୀ ଲୋକେ ଧାଇଁ ଆସି ସୋନୁଙ୍କୁ କାବୁକରି ବାରିପଦା ଟାଉନ ପୋଲିସ ଜିମା ଦେଇଥିଲେ। ତଦନ୍ତ ବେଳେ ସୋନୁଙ୍କ ମୋବାଇଲରେ ଏକାଧିକ ମହିଳା ଓ ଯୁବତୀମାନଙ୍କ ଗାଧୋଇବା ତଥା ଆପତ୍ତିଜନକ ଦୃଶ୍ୟ ରେକର୍ଡିଂ ହୋଇଥିବା ଜଣାପଡ଼ିବାରୁ ପୋଲିସ ଏହାକୁ ଜବତ କରିଛି। ଉକ୍ତ ମୋବାଇଲକୁ ପରୀକ୍ଷା ପାଇଁ ଲ୍ୟାବକୁ ପଠାଯିବ ବୋଲି ଏସଡିପିଓ ପଟ୍ଟନାୟକ କହିଛନ୍ତି। ନାବାଳିକାଙ୍କ ବାପାଙ୍କ ଅଭିଯୋଗ ମୁତାବକ ପୋଲିସ ଏକ ମାମଲା (ନଂ.୧୭୫/୧୯) ରୁଜୁ କରିଛି। ପୋଲିସ ପକ୍ଷରୁ ଆୟୋଜିତ ଏହି ଖବରଦାତା ସମ୍ମିଳନୀରେ ବାରିପଦା ଟାଉନ ଥାନା ଅଧିକାରୀ ଅଶୋକ କୁମାର ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri