ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ ହୋଇଛନ୍ତି। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଙ୍ଗିରିପୋଷି ଥାନା କୁମ୍ଭାର ମୁଣ୍ଡାକଟା ଗ୍ରାମର ସୋନୁ ପାତ୍ର (୨୦)। ଟାଉନ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସଦର ଏସ୍‌ଡିପିଓ କେ.ପି ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି।
ପୋଲିସ କହିବା ଅନୁଯାୟୀ, ବାରିପଦା ସହରର ଜଣେ ବ୍ୟକ୍ତିଙ୍କ ଘରେ ସୋନୁ ଭଡ଼ାରେ ରହି ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ସୋମବାର ରାତି ପ୍ରାୟ ୮ଟା ବେଳେ ଉକ୍ତ ଓ୍ବାର୍ଡର ଜଣେ ନାବାଳିକା ତାଙ୍କ ଗାଧୁଆ ଘରେ ଗାଧୋଉଥିଲେ। ଏହି ସମୟରେ ସୋନୁ ଗାଧୁଆ ଘରର ଆଜବେଷ୍ଟ ଛାତକୁ ଚଢି ସେଠାରେ ଥିବା କଣାରେ ନାବାଳିକା ଗାଧୋଇବା ସମୟର ଦୃଶ୍ୟ ନିଜ ମୋବାଇଲରେ ରେକର୍ଡିଂ କରୁଥିଲେ। ନାବାଳିକା ଏହା ଜାଣିପାରି ପାଟି କରିଥିଲେ। ପରିବାର ଓ ପଡ଼ୋଶୀ ଲୋକେ ଧାଇଁ ଆସି ସୋନୁଙ୍କୁ କାବୁକରି ବାରିପଦା ଟାଉନ ପୋଲିସ ଜିମା ଦେଇଥିଲେ। ତଦନ୍ତ ବେଳେ ସୋନୁଙ୍କ ମୋବାଇଲରେ ଏକାଧିକ ମହିଳା ଓ ଯୁବତୀମାନଙ୍କ ଗାଧୋଇବା ତଥା ଆପତ୍ତିଜନକ ଦୃଶ୍ୟ ରେକର୍ଡିଂ ହୋଇଥିବା ଜଣାପଡ଼ିବାରୁ ପୋଲିସ ଏହାକୁ ଜବତ କରିଛି। ଉକ୍ତ ମୋବାଇଲକୁ ପରୀକ୍ଷା ପାଇଁ ଲ୍ୟାବକୁ ପଠାଯିବ ବୋଲି ଏସଡିପିଓ ପଟ୍ଟନାୟକ କହିଛନ୍ତି। ନାବାଳିକାଙ୍କ ବାପାଙ୍କ ଅଭିଯୋଗ ମୁତାବକ ପୋଲିସ ଏକ ମାମଲା (ନଂ.୧୭୫/୧୯) ରୁଜୁ କରିଛି। ପୋଲିସ ପକ୍ଷରୁ ଆୟୋଜିତ ଏହି ଖବରଦାତା ସମ୍ମିଳନୀରେ ବାରିପଦା ଟାଉନ ଥାନା ଅଧିକାରୀ ଅଶୋକ କୁମାର ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri