ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଉଛି। ଖୋଦ ଭୁବନେଶ୍ୱରର ଏକ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର କରିବା ନେଇ ଚଳିତ ବିଧାନସଭାର ପ୍ରଥମ ଅଧିବେଶନରେ ବିରୋଧୀ ଦଳ ସଦସ୍ୟମାନେ ସରକାରଙ୍କୁ ଘେରିଥିଲେ। ଏହି ଘଟଣାର ତଦନ୍ତ କରିବା ସହ ବିଧାନସଭାରେ ବିଭାଗୀୟ ମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀ ବିବୃତି ଦେବା ଲାଗି ସେମାନେ ଦାବି କରିଥିଲେ। ଏହାକୁ ନେଇ କଂଗ୍ରେସ ଦଳ ସଦସ୍ୟମାନେ ବିଧାନସଭାକୁ ଅଚଳ କରିଥିଲେ। ବାଧ୍ୟ ହୋଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏସ୍‌ସିଏସ୍‌ଟି ଉନ୍ନୟନ ବିଭାଗ ମନ୍ତ୍ରୀଙ୍କୁ ଗୃହରେ ବିବୃତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ବାଚସ୍ପତିଙ୍କ ନିର୍ଦ୍ଦେଶାନୁଯାୟୀ ଏସ୍‌ସିଏସ୍‌ଟି ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ବିଧାନସଭାରେ ଆଦିବାସୀ ନାବାଳିକା ବଳାତ୍କାର ଘଟଣା ସମ୍ପର୍କରେ ବିବୃତି ଦେଇଛନ୍ତି।

ସେ କହିଛନ୍ତି ଯେ, ଏସ୍‌ସିଏସ୍‌ଟି ବର୍ଗର ପିଲାଙ୍କର ଶିକ୍ଷା ଓ ସୁରକ୍ଷା ପାଇଁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି। ଖୋର୍ଦ୍ଧା ଜିଲା ମଙ୍ଗଳ ଅଧିକାରୀଙ୍କ ସୂଚନାନୁଯାୟୀ ଗ୍ରୀଷ୍ମଛୁଟିରେ ସମସ୍ତ ଛାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ପ୍ରାଥମିକ ସ୍ବାସ୍ଥ୍ୟ ପରୀକ୍ଷାରୁ ୪ଜଣ ଛାତ୍ରୀ ଗର୍ଭବତୀ ଥିବା ସନ୍ଦେହ କରାଯାଇଥିଲା। ଏହାପରେ ସମ୍ପୃକ୍ତ ଛାତ୍ରୀମାନଙ୍କର ପୁନର୍ବାର ସ୍ବାସ୍ଥ୍ୟ ପରୀକ୍ଷା କ୍ୟାପିଟାଲ ହସ୍ପିଟାଲରେ ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ରୀଙ୍କ ବ୍ୟତୀତ ୩ଜଣଙ୍କ ନେଗେଟିଭ ବାହାରିଥିଲା। ଏହାପରେ ସମ୍ପୃକ୍ତ ଛାତ୍ରୀଙ୍କୁ ଆବଶ୍ୟକ କାଉନସିଲିଂ କରାଯାଇ ଦରକାର ମୁତାବକ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦିଆଯାଇଥିଲା। ଏହାଛଡ଼ା ଛାତ୍ରୀଙ୍କ ଅଭିଭାବକଙ୍କୁ ଡକାଯାଇ ଘଟଣା ସମ୍ପର୍କରେ ଅବଗତ କରାଯାଇଥିଲା। ଉକ୍ତ ଘଟଣା ସମ୍ପର୍କରେ ମଧ୍ୟ ପୋଲିସକୁ ସୂଚନା ଦିଆଯାଇଥିଲା।

ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ୨୦୧୯ ଗ୍ରୀଷ୍ମଛୁଟିରେ ସମ୍ପୃକ୍ତ ଛାତ୍ରୀ ତାଙ୍କ ନିଜ ଘରକୁ ଯାଇଥିଲେ। ସେହି ସମୟରେ ଛାତ୍ରୀଙ୍କ ପଡ଼ୋଶୀ ଭାବେ ରହୁଥିବା ଜଣେ ବ୍ୟକ୍ତି ତାଙ୍କ ଘରକୁ ବାରମ୍ବାର ଯିବା ଆସିବା କରିଥିଲେ। ଏହି ସମୟରେ ଉକ୍ତ ବ୍ୟକ୍ତି ତାଙ୍କ ନିଜ ଘରେ ଛାତ୍ରୀଙ୍କ ସହ ସମ୍ପର୍କ ରଖିଥିଲେ। ୨୦୧୯ ଜୁଲାଇ ୨ତାରିଖରେ ପୋଲିସ ଏହି ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହାଛଡ଼ା ୨୦୧୯ ଜାନୁୟାରୀ ଏବଂ ଫେବୃୟାରୀରେ ଢେଙ୍କାନାଳ ଏବଂ ମୟୂରଭଞ୍ଜ ଜିଲାର ୨ଜଣ ଛାତ୍ରୀ ଅସଦାଚରଣର ଶିକାର ହୋଇଥିଲେ। ଏହାକୁ ପୋଲିସ ତଦନ୍ତ କରିଥିଲା। ତଦନ୍ତରୁ ଜଣାପଡ଼ିଛି ଯେ ଛାତ୍ରୀମାନେ ଛୁଟିରେ ନିଜ ଘରକୁ ଯାଇଥିବା ସମୟରେ ଏଭଳି ଅଶୋଭନୀୟ ପରିସ୍ଥିତିର ଶିକାର ହୋଇଥିଲେ। ଏସବୁ ଘଟଣା ଛାତ୍ରୀମାନେ ଛୁଟିରେ ନିଜ ଗ୍ରାମରେ ଥିବା ବେଳେ ଘଟିଛି ବୋଲି ମନ୍ତ୍ରୀ ସଫେଇ ଦେଇଛନ୍ତି। ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ସୁରକ୍ଷା, ନିରାପତ୍ତା ଏବଂ ସ୍ବାସ୍ଥ୍ୟ ନିମନ୍ତେ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ମନ୍ତ୍ରୀ ତାଙ୍କ ବିବୃତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri