Posted inଜାତୀୟ

ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ପିଟି ପିଟି ମାରିଦେଲେ ଉତ୍ତ୍ୟକ୍ତ ଲୋକେ

ଜଲନ୍ଧର,୩।୬: ଜଲନ୍ଧର ସହରରେ ୮ବର୍ଷର ନାବାଳିକା ସହ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ ପିଟି ପଟି ମାରି ଦେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରବିବାର ଦିନ ଘରେ କେହି ନ ଥିବା ବେଳେ ନାବାଳିକା ଜଣଙ୍କ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ, ସେହି ଅଞ୍ଚଳରେ ରହୁଥିବା ଜଣେ ଯୁବକ ନିଶା ଅବସ୍ଥାରେ ପୀଡ଼ିତାଙ୍କ ଘରେ ପଶି ତାଙ୍କୁ ବଳାତ୍କାର କରିଥିଲେ। କିଛି ସମୟରେ ପରେ ପୀଡ଼ିତାଙ୍କ ମା’ ଘରକୁ ଆସି ଦେଖିବା ବେଳେ ଝିଅ ରକ୍ତ ଜୁଡୁବୁଡୁ ହୋଇ ପଡ଼ିଛି। ବହୁ ପଚରାଉଚରା କରିବା ପରେ ଭୟଭୀତ ଅବସ୍ଥାରେ ସମସ୍ତ ଘଟଣା ବାବଦରେ ପୀଡ଼ିତା ତାଙ୍କ ମା’ଙ୍କୁ କହିଥିଲେ। ଅପରପକ୍ଷରେ ପରିବାର ଲୋକେ ଏନେଇ ତାଙ୍କର ପଡ଼ୋଶୀଙ୍କୁ ଜଣାଇବା ପରେ ସମସ୍ତେ ଏକାଠି ହୋଇ ଅଭିଯୁକ୍ତଙ୍କ ଯୁବକଙ୍କ ଘରେ ପଶି ବହୁ ମାରପିଟ୍‌ କରିଥିଲେ। ଯୁବକଙ୍କୁ ମାଡ଼ ମାରିବା ପରେ ଅଭିଯୁକ୍ତଙ୍କୁ ରାମା ମଣ୍ଡି ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ଆହତ ଅବସ୍ଥାରେ ଅଭିଯୁକ୍ତଙ୍କୁ ହସ୍ପିଟାଲକୁ ନେଇଥିଲେ। ହେଲେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଅଭିଯୁକ୍ତ ଯୁବକଙ୍କ ଘର ବିହାରରେ ହୋଇଥିବା ବେଳେ ତାଙ୍କ ପରିବାରଙ୍କୁ ଖବର ଦିଆଯାଇଛି। ଏଥିସହ ପୋଲିସ ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ପଠାଇଥିବା ସହ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri